ଆସନ୍ତା ୨୯ ତାରିଖରେ ଶ୍ରୀଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ତଥା ରୁକୁଣା ରଥଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଆଜି ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ସାଢ଼େ ୩ଟାରେ ରଥଟଣା ହେବ ବୋଲି ନୀତି ନିର୍ଘଣ୍ଟ କରାଯାଇଛି। ଅପରାହ୍ନ ସାଢ଼େ ୩ଟାରେ ରଥଟଣା ହୋଇ ସାଢ଼େ ୭ଟା ମଧ୍ୟରେ ଶ୍ରୀଜିଉ ରାମେଶ୍ବର ବିଜେ କରିବେ ବୋଲି ନିଷ୍ପତ୍ତି ହୋଇଛି।