ଆଜି ପୁଣି କାଳବୈଶାଖୀ ପାଇଁ ଆଜି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ପୁଣି କାଳବୈଶାଖୀ ପାଇଁ ଆଜି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କେଉଁଠି ତାତି ତ କେଉଁଠି ବର୍ଷା। ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଖରାରେ ସିଝୁଛି ଅଧା ଓଡ଼ିଶା । ଆଗାମୀ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ବର୍ଷା ନେଇ ୧୫ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

କେଉଁଠି ତାତି ତ କେଉଁଠି ବର୍ଷା। ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଖରାରେ ସିଝୁଛି ଅଧା ଓଡ଼ିଶା । ଆଗାମୀ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ବର୍ଷା ନେଇ ୧୫ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କନ୍ଧମାଳ ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି । ତେବେ ଗତ ୨୪ ଘଣ୍ଟାରେ ୪୦ ଡିଗ୍ରୀ ଉପରେ ରହିଛି ୧୫ ସହର । ୪୩.୫ ଡିଗ୍ରୀ ସେଲସିୟସ୍ ସହ ସବୁଠୁ ଉତ୍ତପ୍ତ ସହର ପାଲଟିଛି ସୋନପୁର ।

ସେପଟେ ଗତକାଲି କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି। ୨୦ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ପାଇଁ ୮ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଆସନ୍ତା ୫ଦିନ ଯାଏ ସର୍ବୋଚ୍ଚ ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନର ସମ୍ଭାବନା ନାହିଁ । ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ରହିବ ।


 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.