ଆଜିଠୁ ୪ ଦିନ ରାଜ୍ୟରେ ଜାରି ରହିବ ବର୍ଷାର ପ୍ରକୋପ

ଆଜିଠୁ ୪ ଦିନ ରାଜ୍ୟରେ ଜାରି ରହିବ ବର୍ଷାର ପ୍ରକୋପ

ଦକ୍ଷିଣ ଛତିଶଗଡ଼ ଓ ସଂଲଗ୍ନ ମଧ୍ୟପ୍ରଦେଶ ଓ ବିଦର୍ଭ ଉପରେ ରହିଥିବା ଅବପାତ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଦୁର୍ବଳ ହୋଇ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି।

ଦକ୍ଷିଣ ଛତିଶଗଡ଼ ଓ ସଂଲଗ୍ନ ମଧ୍ୟପ୍ରଦେଶ ଓ ବିଦର୍ଭ ଉପରେ ରହିଥିବା ଅବପାତ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଦୁର୍ବଳ ହୋଇ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ଏହା ଦକ୍ଷିଣପୂର୍ବ ମଧ୍ୟପ୍ରଦେଶ ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଛି। ଏହା ଧୀରେଧୀରେ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ୪୮ ଘଣ୍ଟା ମଧ୍ୟରେ ଏହା ମଧ୍ୟପ୍ରଦେଶ ଅତିକ୍ରମ କରିବ। ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ଜାଗାରେ ବର୍ଷା ଜାରି ରହିଛି । ଆଗାମୀ ୪ ଦିନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । 

 

ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଜାଗାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ କିଛି ଜାଗାରେ ପ୍ରବଳ ବର୍ଷା ନେଇ ମଧ୍ୟ ଆକଳନ କରାଯାଇଛି । ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଶେଷକରି ସୁନ୍ଦରଗଡ଼, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏହାସହ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଯାଜପୁରରେ ମଧ୍ୟରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ବୁଧବାର ଅର୍ଥାତ୍ ୧୪ ସେପ୍ଟେମ୍ବରରେ ମଧ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବ । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁରରେ ବର୍ଷାର ଅନୁମାନ କରିଛି ପାଣିପାଗ ବିଭାଗ । ବୁଧବାର ପାଇଁ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୫ ସେପ୍ଟେମ୍ବରରେ ଉତ୍ତର ଓଡ଼ିଶା, ଉପକୂଳ ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶାରେ କିଛି କିଛି ସ୍ଥାନରେ ବର୍ଷା ହେବ । ୧୬ ସେପ୍ଟେମ୍ବରରେ ରାଜ୍ୟର କେବଳ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । 

 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.