ଆଜି ଲଘୁଚାପ ଜନିତ ବର୍ଷାରେ ଭିଜିବ ୭ ଜିଲ୍ଲା

ଆଜି ଲଘୁଚାପ ଜନିତ ବର୍ଷାରେ ଭିଜିବ ୭ ଜିଲ୍ଲା

ଉତ୍ତର ଓଡ଼ିଶା ଉପକୂଳରେ ରହିଥିବା ଲଘୁଚାପ ଯୋଗୁଁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ ଝଡ଼ି ବର୍ଷା ଓ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ଲାଗିରହିଛି

ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ- ଉତ୍ତର ଓଡ଼ିଶା ଉପକୂଳରେ ରହିଥିବା ଲଘୁଚାପ ଯୋଗୁଁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ ଝଡ଼ି ବର୍ଷା ଓ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ଲାଗିରହିଛି । ଆଜି ରାଜ୍ୟର ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଣୁ ଏହି ୭ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ମୟୂରଭଞ୍ଜ, କେନ୍ଦୁଝର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, ‌ସୁବର୍ଣ୍ଣପୁର ଓ ଅନୁଗୁଳ ଜିଲ୍ଲାର କେତେକାଂଶରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହୁଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।  

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.