୭୪ ବର୍ଷରେ ପାଦ ଥାପିଲା ରାଜଧାନୀ

୭୪ ବର୍ଷରେ ପାଦ ଥାପିଲା ରାଜଧାନୀ

ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ । ୭୪ ବର୍ଷରେ ପାଦ ଥାପିଲା ରାଜଧାନୀ । ଟେମ୍ପଲ ସିଟିରୁ ସ୍ମାର୍ଟ ସିଟିର ଲମ୍ବା ଯାତ୍ରା ଭିତରେ ବଢିଛି ସହରର କାୟା, ବଦଳିଛି ପରିବେଶ ।

ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ ।  ୭୪ ବର୍ଷରେ ପାଦ ଥାପିଲା ରାଜଧାନୀ । ଟେମ୍ପଲ ସିଟିରୁ ସ୍ମାର୍ଟ ସିଟିର ଲମ୍ବା ଯାତ୍ରା ଭିତରେ ବଢିଛି ସହରର କାୟା, ବଦଳିଛି ପରିବେଶ । ସବୁଜ ବଳୟରୁ କଂକ୍ରିଟ ଜଙ୍ଗଲରେ ପରିଣତ ହୋଇଛି ରାଜଧାନୀ । ରାସ୍ତାଘାଟଠୁ ନେଇ ଆଲୋକୀକରଣ, ଲୋକଙ୍କ ଜୀବନଶୈଳୀ ସବୁକିଛି ବଦଳିଛି ଏହି ୭୪ ବର୍ଷ ମଧ୍ୟରେ ।ଐତିହ୍ୟ ସହର ଭାବେ ପରିଚିତ ଭୁବନେଶ୍ୱର ଏବେ ଅତ୍ୟାଧୁନିକ । ସ୍ୱାସ୍ଥ୍ୟସେବା, ଶିକ୍ଷା ଏବଂ ସ୍ପୋଟର୍ସର ହବ୍ ଭାବେ ବି ବେଶ ପରିଚିତ ।  ରୋଜଗାର ପାଇଁ  ବି ଅନେକ ଲୋକଙ୍କ ପ୍ରଥମ ଚଏସ ପାଲଟିଛି ଭୁବନେଶ୍ୱର। ବହୁ ଲୋକଙ୍କୁ କର୍ମ ସଂସ୍ଥାନ ଯୋଗାଇଛି ରାଜଧାନୀ।


 

ଜର୍ମାନ ଆର୍କିଟେକ ଓଟୋ କନିଙ୍ଗ୍ସବର୍ଜରଙ୍କ ପରିକଳ୍ପିତ ଏହି ସହର ହେଉଛି ଭାରତର ପ୍ରଥମ ପରିକଳ୍ପିତ ସହର । ଜାମସେଦପୁର ଏବଂ ଚଣ୍ଡୀଗଡ଼ ସହର ମଧ୍ୟ ଏହି ଢାଞ୍ଚାରେ ନିର୍ମିତ ହୋଇଛି ।  ଆଜି ରାଜଧାନୀ ପ୍ରତିଷ୍ଠା ଦିବସ ଥିବାରୁ ପ୍ରଶାସନ ଓ  ବିଭିନ୍ନ ସଂସ୍ଥା ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।

 


 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.