ଆଜି ଗଡିବ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ

ଆଜି ଗଡିବ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ

ଆଜି ଗଡିବ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ । ରଥରେ ବିଜେ କରି ଯାତ୍ରା କରିବେ ମହାପ୍ରଭୁ ଲିଙ୍ଗରାଜ, ଦୋଳଗୋବିନ୍ଦ ଓ ଉଭଣୀ ରୁକ୍ମିଣୀ ।

 ଆଜି ଗଡିବ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ । ରଥରେ ବିଜେ କରି ଯାତ୍ରା କରିବେ ମହାପ୍ରଭୁ ଲିଙ୍ଗରାଜ, ଦୋଳଗୋବିନ୍ଦ ଓ ଉଭଣୀ ରୁକ୍ମିଣୀ । ଏଥିପାଇଁ ଚଳଚଞ୍ଚଳ ପୁରା ସହର । ରୁକୁଣା ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ନିର୍ଦ୍ଧାରିତ ନୀତି ଅନୁଯାୟୀ ଭୋର ୫ଟାରୁ ମନ୍ଦିର ଦ୍ୱାର ଖୋଲିଥିଲେ ମଧ୍ୟ ଅଢେଇ ଘଣ୍ଟା ବିଳମ୍ବରେ ଚାଲୁଛି। ଏନେଇ ସୂଚନା ଦେଇଛନ୍ତି ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି। 

ରଥଯାତ୍ରା ପାଇଁ ପହଣ୍ଡି ନୀତି ସାଢେ ୧୨ଟାରେ ଆରମ୍ଭ ହୋଇ ସାଢେ ଗୋଟାଏରେ ଶେଷ ହେବ । ରଥ ଉପରେ ପୂଜା ସାଢେ ଗୋଟାଏରୁ ସାଢେ ୩ଟା ମଧ୍ୟରେ ସରିବା ପରେ ରଥ ଟଣା ଆରମ୍ଭ ହେବ ।ଠାକୁର ରାମେଶ୍ୱର ମନ୍ଦିରକୁ ୭ଟା ୩୦ରେ ବିଜେ କରିବେ । ଅଶୋକାକୁଣ୍ଡ ପାଣିରେ ସ୍ନାନ କଲାପରେ ୧୪ଟି ଅଶୋକ କଢି ଲାଗି କରାଯିବ । ଏହା ପରେ ଭେଟ ଆଳତି ନୀତିରେ ମହାପ୍ରଭୁ ରାମେଶ୍ୱରଙ୍କୁ ସାକ୍ଷାତ କରିବେ । ରୁକୁଣା ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ ଶେଷ କରିବା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.