ଆଜି କାଳବୈଶାଖୀ ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି କାଳବୈଶାଖୀ ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ପାଇଁ ୧୦ ଜିଲ୍ଲାକୁ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ। ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଗଂଜାମ, ଗଜପତି, କନ୍ଧମାଳ....

ବଙ୍ଗୋପସାଗରରୁ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁର ପ୍ରବେଶ ଓ ବାୟୁମଣ୍ଡଳର ଉପରି ଭାଗରେ ଥିବା ଶୁଷ୍କ ବାୟୁ ପ୍ରବାହ ଫଳରେ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ିଜନିତ ବର୍ଷା ହେଉଛି। ଆଜି ପାଇଁ ୧୦ ଜିଲ୍ଲାକୁ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ। ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଗଂଜାମ, ଗଜପତି, କନ୍ଧମାଳ, ରାୟଗଡ଼ାଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ରାଜ୍ୟରେ ଗତ କିଛିଦିନ ହେବ କାଳବୈଶାଖୀ ସହ ପଶ୍ଚିମାଝଡ ଲାଗି ରହୁଛି । ୨୯ ତାରିଖ ଦିନ ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହିବା ନେଇ ସୂଚନାଦେଇଛି ବିଭାଗ।  

 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.