ଆଜିଠୁ ଫେବୃଆରୀ ୧୨ ପର୍ଯ୍ୟନ୍ତ ଚାଲିବ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା

ଆଜିଠୁ ଫେବୃଆରୀ ୧୨ ପର୍ଯ୍ୟନ୍ତ ଚାଲିବ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା

ଆଜିଠୁ ଆରମ୍ଭ ହେବ ତୋଷାଳି ମେଳା। ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ବାରା ଚଳିତ ବର୍ଷ ସପ୍ତଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆଜିଠୁ ଆରମ୍ଭ ହୋଇ ଫେବୃଆରୀ ୧୨ ପର୍ଯ୍ୟନ୍ତ ଚାଲିବ । ଭୁବନେଶ୍ବର ଜନତା ମଇଦାନରେ ହେବ ତୋଷାଳି ମେଳା।

ଆଜିଠୁ ଆରମ୍ଭ ହେବ ତୋଷାଳି ମେଳା। ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ବାରା ଚଳିତ ବର୍ଷ ସପ୍ତଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆଜିଠୁ ଆରମ୍ଭ ହୋଇ ଫେବୃଆରୀ ୧୨ ପର୍ଯ୍ୟନ୍ତ ଚାଲିବ । ଭୁବନେଶ୍ବର ଜନତା ମଇଦାନରେ ହେବ ତୋଷାଳି ମେଳା। ଏହି ମେଳାରେ ଦେଶର ବିଭିନ୍ନ ପ୍ରାନ୍ତରୁ କାରିଗର ଓ ବୁଣାକାରମାନେ ଅଂଶଗ୍ରହଣ କରିବେ ଏବଂ ସେମାନଙ୍କର ପାରମ୍ପରିକ ତଥା ସମସାମୟିକ ହସ୍ତତନ୍ତ ଓ ହସ୍ତଶିଳ୍ପ ଉତ୍ପାଦ ପ୍ରଦର୍ଶନ କରିବେ ।ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଫେବୃଆରୀ ୧୨ ତାରିଖ ପର୍ଯ୍ୟନ୍ତ ଦିବା ୨.୩୦ରୁ ରାତି ୯.୩୦ ପର୍ଯ୍ୟନ୍ତ ଖୋଲାରହିବ । ଚଳିତ ବର୍ଷ ମେଳାରେ ୨୦ ଲକ୍ଷ ଜନସମାବେଶ ସହିତ ୨୦ କୋଟି ଟଙ୍କାର ସାମଗ୍ରୀ ବିକ୍ରିର ଲକ୍ଷ୍ୟ ରଖାଯାଇଛି । ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ସହିତ ଭାରତ ସରକାରଙ୍କ ହସ୍ତତନ୍ତ ମନ୍ତ୍ରଣାଳୟର ବିକାଶ ଆୟୁକ୍ତ(ହସ୍ତଶିଳ୍ପ) ଓ ବିକାଶ ଆୟୁକ୍ତ (ହସ୍ତତନ୍ତ)ଙ୍କ ସହଭାଗିତାରେ ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ (ସିଡାକ୍) ତରଫରୁ ଏହି ଜାତୀୟ ସ୍ତରର ମେଳାର ନମୁନା ପରିକଳ୍ପନା ଓ ପ୍ରଯୋଜନା କରାଯାଇଛି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.