୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷାନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ

୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷାନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଅପର ପକ୍ଷରେ ଆସନ୍ତା ଶୁକ୍ରବାର ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାରସମ୍ଭାବନା ରହିଛି । ଏହାର ପ୍ରଭାବରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଜଣାପଡ଼ିଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା ଓ ଜଗତ୍‍ସିଂହପୁର ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.