ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦାୟିତ୍ୱ ମିଳିଛି। ମନ୍ତ୍ରୀ ନବ ଦାସଙ୍କ ଦେହାନ୍ତ ପରେ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦାୟିତ୍ୱ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଛନ୍ତି।
ସୂଚନାଥାଉ କି, ଗତକାଲି ଝାରସୁଗୁଡ଼ା ଜିଲ୍ଲା ଗାନ୍ଧି ଛକରେ ମନ୍ତ୍ରୀ ନବ ଦାସଙ୍କ ଉପରୁ ପୋଲିସ୍ ASI ଗୋପାଳ ଦାସ ଗୁଳିମାଡ଼ କରିଥିଲେ। ନବ ଦାସଙ୍କ ଛାତିରେ ଗୁଳି ବାଜିଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଭୁବନେଶ୍ୱରକୁ ଏୟାରଲିଫ୍ଟ କରାଯାଇଥିଲା। ଭୁବନେଶ୍ୱର ଆପୋଲ ହସ୍ପିଟାଲ୍ରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଚିକତ୍ସାଧୀନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଥିଲା।