Loading...

ପହିଲିଭୋଗ ନୀତି ପାଇଁ ୧୬ରୁ ରାତି ୨ରେ ଖୋଲିବ ଶ୍ରୀମନ୍ଦିର

ପହିଲିଭୋଗ ନୀତି ପାଇଁ ୧୬ରୁ ରାତି ୨ରେ ଖୋଲିବ ଶ୍ରୀମନ୍ଦିର

ମହାଲକ୍ଷ୍ମୀଙ୍କ ହାତରନ୍ଧା ବଦଳରେ ମା’ଙ୍କ ହାତରନ୍ଧା ଖାଇବେ ମହାପ୍ରଭୁ। ଏଥିପାଇଁ ସଅଳ ନୀତିକାନ୍ତି ହେବ। ସଅଳ ମହାପ୍ରସାଦ ବାହାରିବ।

ମହାଲକ୍ଷ୍ମୀଙ୍କ ହାତରନ୍ଧା ବଦଳରେ ମା’ଙ୍କ ହାତରନ୍ଧା ଖାଇବେ ମହାପ୍ରଭୁ। ଏଥିପାଇଁ ସଅଳ ନୀତିକାନ୍ତି ହେବ। ସଅଳ ମହାପ୍ରସାଦ ବାହାରିବ। ସଅଳ ଦ୍ବାରଫିଟା ଓ ସଅଳ ପହୁଡ଼ ବି ହେବ। ଆଜି ଛତିଶାନିଯୋଗ ଏହି ନୀତି ନର୍ଘଣ୍ଟରେ ଚୂଡ଼ାନ୍ତ ମୋହର ମାରିଛି। ଚୂଡ଼ାନ୍ତ ନୀତି ଅନୁଯାୟୀ, ପ୍ରତିଦିନ ରାତି ୨ଟାରୁ ଦ୍ବାରଫିଟା ଓ ଭୋର ୫ଟା ୨୦ରେ ପହିଲି ଭୋଗ ନୀତି ହେବ। ରାତି ୧୧ଟାରେ ପହୁଡ଼ ହେବ। ସେହିଭଳି ଡିସେମ୍ବର ୧୫ ତାରିଖରେ ଦେବାଭିଷେକ ପୂର୍ଣ୍ଣିମାରେ ପୂର୍ବାହ୍ଣ ସାଢ଼େ ୧୨ଟାରେ ମହାପ୍ରଭୁ ଶ୍ରୀପୟର ଲାଗି ଅଭିଷେକ ବେଶ ଆରମ୍ଭ ହେବ। ଜାନୁଆରି ୧୫ ତାରିଖ ମକର ସଂକ୍ରାନ୍ତିରେ ପୂର୍ବାହ୍ଣ ୧୧ଟାରେ ନୂଆଲୁଗା ଲାଗି ହୋଇ ମହାପ୍ରଭୁ ମକର ବେଶରେ ଦର୍ଶନ ଦେବେ।

ନୂଆବର୍ଷ ପୂର୍ବଦିନ ୩୧ ତାରିଖ ଦିନ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ଆବଶ୍ୟକ ପଡିଲେ ରାତ୍ରପହୁଡ଼ ଓ ଜାନୁଆରୀ ୧ ତାରିଖରେ ଦିବା ପହୁଡ ହେବ କି ନାହିଁ ସେ ସମ୍ପର୍କରେ ଆଲୋଚନା କରାଯିବ । ଆଜି ବୈଠକରେ ଚୂଡାନ୍ତ ନୀତିନିର୍ଘଣ୍ଟକୁ ଆଗାମୀ ପରିଚାଳନା କମିଟି ବୈଠକରେ ଅନୁମୋଦନ କରାଯିବ ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.