24.1 C
Bhubaneswar
December 7, 2021
EnewsOdia.Com
ନ୍ୟୁଜ୍

ପିଲାଙ୍କ ସହ ଆଲୋଚନା ହୋଇ ପାଠପଢା, ମଧ୍ୟାହ୍ନ ଭୋଜନରେ ଶୁଖିଲା ଖାଦ୍ୟ

ଆସନ୍ତା ୨୧ରେ ରାଜ୍ୟରେ ଏକାଦଶ ଏବଂ ୨୫ରେ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ । ସକାଳ ୯ଟାରୁ ୧୨ଟା ୩୦ ଯାଏଁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଠପଢା ହେବ । ତେବେ ଦୀର୍ଘ ୧୮ ମାସ ପରେ ସ୍କୁଲ ଖୋଲୁଥିବାରୁ କିପରି ପିଲାଙ୍କୁ ପାଠ ପଢାଯିବ ସେନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ହୋଇଛି ମାର୍ଗଦର୍ଶିକା ।ସ୍କୁଲ ଖୋଲିବା ପୂର୍ବରୁ ଅର୍ଥାତ୍ ୨୪ ତାରିଖ ଭିତରେ ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା ସମିତିର ବୈଠକ ବସିବ । ବିଦ୍ୟାଳୟ ପରିସରକୁ ପରିଷ୍କାର ପରିଚ୍ଛନ୍ନ ରଖାଯିବା ଉପରେ ଗୁରୁତ୍ୱ ଦିଆଯିବ । ସ୍କୁଲ ଖୋଲା ଯିବାର ପୂର୍ବ ଦିନ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଜଣାଇବେ ପ୍ରଧାନ ଶିକ୍ଷକ । ପ୍ରଥମ ଦିନରେ ପାଠ ପଢା ହେବନାହିଁ । କେବଳ ପିଲାଙ୍କ ସହ ଆଲୋଚନା ହେବ ।

ଯଦି କୌଣସି ଶିକ୍ଷକ ବା ଛାତ୍ରଛାତ୍ରୀ ଥଣ୍ଡା ବା କଫ ଜନିତ ରୋଗରେ ପୀଡ଼ିତ ଥିବେ, ସେମାନଙ୍କୁ ବିଦ୍ୟାଳୟରେ ପ୍ରବେଶ କରିବାକୁ ଅନୁମତି ଦିଆଯିବ ନାହିଁ । ଯେଉଁ ସ୍ଥାନରେ କୋରୋନା ସଂକ୍ରମଣ ଅଧିକ ରହିଥିବା ସେହି ସ୍ଥାନଗୁଡିକରେ ଥିବା ବିଦ୍ୟାଳୟ ଖୋଲିବା ନିମନ୍ତେ ଚୂଡ଼ାନ୍ତ ନିଷ୍ପରି ଜିଲ୍ଲାପାଳମାନେ ନେଇପାରିବେ । ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ବଦଳରେ ଶୁଖୁଲା ଖାଦ୍ୟ ପିଲାମାନଙ୍କୁ ଯୋଗଇ ଦିଆଯିବ । ସବୁ ପ୍ରଧାନ ଶିକ୍ଷକମାନେ ଏହି ମାର୍ଗଦର୍ଶିକା ଅନୁଯାୟୀ କାର୍ଯ୍ୟ କରିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି।

ପଢନ୍ତୁ: ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Related posts

ଆତଙ୍କବାଦୀଙ୍କ ହିଟ୍‌ ଲିଷ୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କ୍ୟାପଟେନ ବିରାଟ କୋହଲି

Ratnamani Maharana

ଏବେ ମୋବାଇଲ ସିମ୍ ଭଳି ଉପଭୋକ୍ତା ବଦଳାଇ ପାରିବେ ବିଦ୍ୟୁତ୍ କମ୍ପାନୀ

Ratnamani Maharana

ଓଡ଼ିଶାର ବେଲପାହାଡ ଓ ତାଳଚେର ପବନରେ ବିଷ!

Ratnamani Maharana

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More