ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ପଞ୍ଚାୟତ ନିର୍ବାଚନ ପାଇଁ ଅଳ୍ପ ସମୟ ମଧ୍ୟରେ ଆସିବ ଗାଇଡଲାଇନ । ଏହା କହିଛନ୍ତି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ।
ପଞ୍ଚାୟତ ନିର୍ବାଚନ ପାଇଁ ଅଳ୍ପ ସମୟ ମଧ୍ୟରେ ଆସିବ ଗାଇଡଲାଇନ । ଏହା କହିଛନ୍ତି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ । କେନ୍ଦ୍ରର ଗାଇଡଲାଇନ ଆଧାରରେ ରାଜ୍ୟ ସରକାର ଗାଇଡଲାଇନ ପ୍ରସ୍ତୁତ କରୁଛନ୍ତି । କେନ୍ଦ୍ର ନିର୍ବାଚନ ଆୟୋଗ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ଯେଉଁ ଗାଇଡଲାଇନ ପ୍ରସ୍ତୁତ କରିଛନ୍ତି ତାକୁ ଅନୁସରଣ ରାଜ୍ୟ ନିର୍ବାଚନ କମିଶନ ପଞ୍ଚାୟତ ନିର୍ବାଚନ ପାଇଁ ଅଳ୍ପ ସମୟ ମଧ୍ୟରେ ଗାଇଡଲାଇନ ଜାରି କରିବାକୁ ଯାଉଛନ୍ତି । ମୁକ୍ତ, ଅବାଧ, ନିରପେକ୍ଷ ଓ ସୁରକ୍ଷିତ ପଞ୍ଚାୟତ ନିର୍ବାଚନ ଉପରେ କମିଶନ ଗୁରୁତ୍ୱ ଦେଉଥିବା କହିଛନ୍ତି ।
ଆଜି ସର୍ବଦଳୀୟ ବୈଠକରେ ପଞ୍ଚାୟତ ନିର୍ବାଚନ ନେଇ ଆଲୋଚନା କରାଯାଇଛି । ସବୁ ଦଳ ସେମାନଙ୍କ ମତାମତ ରଖିଥିଲେ । ବିଜେଡି ତୁରନ୍ତ ନିର୍ବାଚନ କରିବାକୁ କହିଥିଲା ବିଜେଡି । କୋଭିଡ ଗାଇଡଲାଇନ ଭିତରେ ନିର୍ବାଚନ ହେଲେ ସଂପୂର୍ଣ୍ଣ ସହଯୋଗ କରାଯିବ ବୋଲି ଦଳ କହିଛି ।
ଅନ୍ୟପଟେ ଲୋକଙ୍କ ଜୀବନକୁ ଗୁରୁତ୍ୱ ଦେଇ ୨ରୁ ୩ ମାସ ନିର୍ବାଚନ ଘୁଞ୍ଚାଇବା ପାଇଁ ବିଜେପି ଦାବି କରିଥିଲା । ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ବିଜେଡି ସାଂସଦ ଅମର ପଟ୍ଟନାୟକ, କଂଗ୍ରେସର ଗଣେଶ୍ୱର ବେହେରା ଓ ଶିବାନନ୍ଦ ରାୟ, ବିଜେପି ବିଧାୟକ ମୋହନ ମାଝୀ ପ୍ରମୁଖ ଯୋଗ ଦେଇଥିଲେ । ଏହାସହ ଅନ୍ୟ ରାଜନୈତିକ ଦଳର ପ୍ରତିନିଧି ମାନେ ଉପସ୍ଥିତ ଥିଲେ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।