HOROSCOPES

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି

ମେଷ

ନୂଆ କାମ ଆରମ୍ଭ ଓ କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇବେ। ଜମି ଦଲାଲଙ୍କୁ ପୁରୁଣା ଜମିରୁ ଧନଲାଭ ହେବ। ଜୀବନସାଥୀଙ୍କ ସହିତ ସମୟ ଭଲରେ କଟିବ। ଶୁଭରଙ୍ଗ: ଧଳା

ବୃଷ

ଆଜି ଆପଣ କୌଣସି ନୂଆ କାର୍ଯ୍ୟ କରିବେ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ । ମାନସିକ ରୂପରେ ଆପଣଙ୍କର ଭାବୁକତାର ମାତ୍ରା ଅଧିକ ରହିବ । ଶୁଭରଙ୍ଗ: ଘିଅରଙ୍ଗ

ମିଥୁନ

ପରିବାରରେ ଶାନ୍ତି ମିଳିବ । ସ୍ୱାସ୍ଥ୍ୟର ଯତ୍ନ ନେବା ସହ ଭାବିଚିନ୍ତି ପ୍ରତ୍ୟେକ କାର୍ଯ୍ୟ କରନ୍ତୁ । ବିଦ୍ୟାର୍ଥୀ ବିଦ୍ୟାକ୍ଷେତ୍ରରେ ସଜାଗ ରହିବା ଆବଶ୍ୟକ । ଧନ ଏବଂ ପ୍ରତିଷ୍ଠାରେ ହାନି ନ ହେଉ, ଏହାର ଧ୍ୟାନ ରଖିବେ ।  ଶୁଭରଙ୍ଗ: ସବୁଜ

କର୍କଟ

ଆଜି ଆପଣ ନିଜକୁ ସେହି କାମଟି କରିବା କୁ ପ୍ରସ୍ତୁତ କରନ୍ତୁ ଯାହାକୁ ଅନ୍ୟମାନେ ଅସମ୍ଭବ ବୋଲି ମାନନ୍ତି । ଭ୍ରମଣ ପାଇଁ ଆଜି ଦିନଟି ଶୁଭ ।ବନ୍ଧୁ ସମ୍ପର୍କିୟ କିମ୍ବା ଅଫିସକାମରେ ବାହାରକୁ ଯାଇପାରନ୍ତି । ଶୁଭରଙ୍ଗ: ଗୋଲାପୀ

ସିଂହ

ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଏତେଟା ଭଲରେ କଟିବ ନାହିଁ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବୌଦ୍ଧିକ ଚର୍ଚ୍ଚାରେ ଯୋଗ ଦେଇପାରନ୍ତି। ଶୁଭରଙ୍ଗ: ମେରୁନ

କନ୍ୟା

ଆଜି ଆପଣ ମାନସିକ କ୍ଷେତ୍ରରେ ଦୃଢ଼ ରହିବେ । ଆପଣଙ୍କ ଯୋଗ୍ୟତା ଓ ଜ୍ଞାନ ବଳରେ ଆପଣଙ୍କ ଆତ୍ମବିଶ୍ୱାସ ବଢ଼ିବ ଓ ତା ସଙ୍ଗେ ଆପଣଙ୍କୁ ଲାଭ ମଧ୍ୟ ମିଳିବ | ଶୁଭରଙ୍ଗ: ଧଳା

ତୁଳା

ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆୟ ଅନୁସାରେ ଖର୍ଚ୍ଚ ଅଧିକ ହେବ। ପରିବାରରେ ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ। ଶୁଭରଙ୍ଗ: କଫିରଙ୍ଗ

ବିଛା

ବିଭିନ୍ନ ଦିଗରୁ ଲାଭବାନ୍ ହେବେ । ଧନକ୍ଷୟ ହେବାର ସୂଚନା ମିଳୁଛି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ ।ଅହଂ ଭାବ ଦୂର କରିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ । ଶୁଭରଙ୍ଗ: ଧଳା

ଧନୁ

ଆଜିର ଦିନଟି ବ୍ୟବସାୟିକ ଦୃଷ୍ଟିରୁ ଏବଂ ସାମାଜିକ ଦୃଷ୍ଟିରୁ ସମ୍ପର୍କ ତିଆରି କରିବା ଦିନ ଅଟେ । କୌଣସି ସାମାଜିକ ଅନୁଷ୍ଠାନରେ ଆପଣ କିଛି ନୂଆ ଲୋକଙ୍କକ ସହିତ ସମ୍ପର୍କ ସ୍ଥାପନ ମଧ୍ୟ କରି ପାରନ୍ତି | ଶୁଭରଙ୍ଗ: ମେରୁନ

ମକର

ଆଜି ଆପଣଙ୍କ ଦିନ ଲାଭକାରୀ ହେବ। ବ୍ୟବସାୟରେ ଲାଭ ହେବ। ସରକାରୀ କାର୍ଯ୍ୟଗୁଡ଼ିକରେ ସଫଳ ହେବେ। ଯଶ-କୀର୍ତ୍ତି ପ୍ରାପ୍ତ ହେବ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ଈଶ୍ୱରଙ୍କୁ ଆରାଧନା କରନ୍ତୁ। ଶୁଭରଙ୍ଗ: କ୍ରୀମ୍‌

କୁମ୍ଭ

ପଡୋଶୀଙ୍କ ପାଇଁ ଚିନ୍ତିତ ହୋଇପାରନ୍ତି । ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ଶୁଭରଙ୍ଗ: ଧଳା

ମୀନ

ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତି ବିଶେଷଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରେ ଭଲ ଲାଭ ହେବ। ଶୁଭରଙ୍ଗ: କ୍ରୀମ୍‌

ପଢନ୍ତୁ: ଚାଉଳ ଦାନା ମଧ୍ୟ ବଦଳାଇପାରେ ଆପଣଙ୍କ ଭାଗ୍ୟ: ଜାଣନ୍ତୁ କିପରି

Related posts

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

Ratnamani Moharana

୧୧ ନଭେମ୍ବର ଶନିବାର , ରାଶିଫଳ

ENO Beuro

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

Ratnamani Moharana

Leave a Comment