HOROSCOPES

ଆସନ୍ତୁ ଜାଣିବା କେମିତି କଟିବ ଆଜିର ଦିନ

H

ମେଷ

ଯାହା ବି କାମ କରିବେ ବାଧାର ସମ୍ମୁଖୀନ ହେବେନାହିଁ। କୌଣସି ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ପାଇବେ। ବ୍ୟବସାୟରେ ସଫଳତା ନିଶ୍ଚିତ ମିଳିବ। ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ। ଶୁଭରଙ୍ଗ: ଧଳା

ବୃଷ

ଚାକିରିରେ ଲାଭଦାୟକ ସମାଚାର ମିଳିବ ଏବଂ ସହକର୍ମିମାନଙ୍କର ସାଥି ମିଳିବ। ମହିଳା ମିତ୍ରମାନଙ୍କ ସହିତ ସାକ୍ଷାତକରିବେ। ବିରୋଧି ଏବଂ ପ୍ରତିଦ୍ୱନ୍ଦ୍ୱୀମାନଙ୍କର ପରାଜୟ ହେବ। କୌଣସି କାର୍ଯ୍ୟ କିମ୍ବା ସମ୍ବନ୍ଧ ବିଗିଡ଼ିବା ପଛରେ ଏହି କ୍ରୋଧ କାରଣ ବନିପାରେ। ଶୁଭରଙ୍ଗ: ଘିଅରଙ୍ଗ

ମିଥୁନ

ଶୁଭ ସମ୍ବାଦପାଇ ଖୁସିହେବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ ।  ଶୁଭରଙ୍ଗ: ଧଳା

କର୍କଟ

ଜୀବନସାଥୀଙ୍କ ସହଯୋଗ ମିଳିବ। ବନ୍ଧୁଙ୍କ ସହ ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି । ଖର୍ଚ୍ଚ ବଢ଼ିବ। ଧନ ଲାଭ ସହ କୁଟୁମ୍ବରେ ଆନନ୍ଦ ମିଳିବ । ପୁରୁଣା କଥାକୁ ନେଇ ଚିନ୍ତିତ ହେବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଶୁଭରଙ୍ଗ: ସବୁଜ

ସିଂହ

ସୁଖ ଓ ସୌଭାଗ୍ୟ ବୃଦ୍ଧି ହେବ। ବିଭିନ୍ନ ପ୍ରକାର ସ୍ଥିତିର ମୁକାବିଲା କରିବାରେ ସକ୍ଷମ ହେବେ। ଚାକିରି ବୃତ୍ତିରେ ଆଶାଜନକ ପରିଣାମ ପାଇବେ। ଆର୍ଥିକ ସ୍ଥିତି ମଜଭୁତ ହେବ। ପ୍ରିୟବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ। ଶୁଭରଙ୍ଗ: ଧଳା

କନ୍ୟା

ନୂଆ କାର୍ଯ୍ୟର ଆରମ୍ଭ ପାଇଁ ପ୍ରସ୍ତୁତ ରୁହନ୍ତୁ। ସଫଳତା ମିଳିବ।  ମିତ୍ର ତଥା ସ୍ଵଜନ ଏବଂ ଭାଇ-ଭଉଣୀମାନଙ୍କ ସହିତ ମିଳାମିଶା ରହିବ। ମନର ଚିନ୍ତା ଦୂର ହେବ।  ନୂଆ କାର୍ଯ୍ୟ ଆରମ୍ଭ ନ କରିବା ପାଇଁ ଉପଦେଶ।  ଶୁଭରଙ୍ଗ: ବାଦାମୀ

ତୁଳା

ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପାରିବାରରେ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ ।ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଶୁଭରଙ୍ଗ: ଲାଲ

ବିଛା

ଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । କୁଟୁମ୍ବରେ ଆନନ୍ଦ ଦେଖାଦେବ । କର୍ମକ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ସଚେତନ ହେବା ଆବଶ୍ୟକ । ଶୁଭରଙ୍ଗ: ଧଳା

ଧନୁ

ମନ ପ୍ରସନ୍ନ ରହିବ। କାର୍ଯ୍ୟ ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା ହେବ। ମହିଳାମାନେ ଗହଣା କିଣିବା ଲାଗି ସହରକୁ ଯିବେ। ଶୁଭରଙ୍ଗ: ଗୋଲାପୀ

ମକର

ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରିବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ସଂଘର୍ଷ ଦ୍ୱାରା ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ନିଜ ଲୋକ ମନମୋଟିଆ ହେବେ ଓ ମାନସିକ ଚିନ୍ତା ବୃଦ୍ଧି ହେବ ।  ଶୁଭରଙ୍ଗ: ଧଳା

କୁମ୍ଭ

ପରିବାରରେ ଖୁସି ଏବଂ ଦାମ୍ପତ୍ୟ ଜୀବନ ଆନନ୍ଦମୟ ରହିବ।  ଶାରୀରିକ ଏବଂ ମାନସିକ ସତେଜତା ଏବଂ ପ୍ରଫୁଲ୍ଲତା ଅନୁଭବ ହେବ। କୁଟୁମ୍ବଜନ ତଥା ମିତ୍ରମାନଙ୍କ ସହିତ ଯାତ୍ରା ଏବଂ ପାର୍ଟୀର ଆୟୋଜନ ହେବ। ଶୁଭରଙ୍ଗ: ନୀଳ

ମୀନ

ଜୀବନରେ କିଛି ନୂଆ କରିବା ପାଇଁ ମନରେ ବିଚାର ଆସିବ। ଚାକିରିରେ ଥିବା ବ୍ୟକ୍ତି ଓ ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ଶୁଭକାରି ରହିବ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଶୁଭରଙ୍ଗ: ଧଳା

ପଢନ୍ତୁ: ବାସ୍ତୁଶାସ୍ତ୍ର ପ୍ରଭାବ ଆପଣଙ୍କ ଜୀବନ ଉପରେ କିପରି ପଡିଥାଏ ଜାଣନ୍ତୁ

Related posts

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

Ratnamani Moharana

ଜାଣନ୍ତୁ ଆଜିର ରାଶିଫଳ

ENO Beuro

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

Ratnamani Moharana

Leave a Comment