Loading...

ଅପଡେଟ୍ କେସ ଡାଏରି ଓ ପୁରୁଣା କେସ୍ ରେକର୍ଡ ଦାଖଲ ପରେ ୮ ତାରିଖରେ ହେବ ଟୁଟୁ ନାୟକଙ୍କ ଜାମିନ ଆବେଦନର ଶୁଣାଣି

ଅପଡେଟ୍ କେସ ଡାଏରି ଓ ପୁରୁଣା କେସ୍ ରେକର୍ଡ ଦାଖଲ ପରେ ୮ ତାରିଖରେ ହେବ ଟୁଟୁ ନାୟକଙ୍କ ଜାମିନ ଆବେଦନର ଶୁଣାଣି

ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା ମାମଲା ରୁଜୁ ହେବା ପରେ ଟୁଟୁଙ୍କୁ ଖାରବେଳନଗର ଥାନାରେ ହାଜର ହେବା ପାଇଁ ପୁଲିସ ପକ୍ଷରୁ ନୋଟିସ୍ କରାଯାଇଥିଲା। ଅପରାହ୍ନ ପ୍ରାୟ ୨ଟା ୧୫ରେ ସେ ଥାନାରେ ପହଞ୍ଚିଥିଲେ। ଏହା ପରେ ତଦନ୍ତକାରୀ ଅଧିକାରୀ ତାଙ୍କୁ ଜେରା କରିବା ସହ ବୟାନ ରେକର୍ଡ କରିଥିଲେ। ପ୍ରାୟ ଦୁଇ ଘଣ୍ଟା ପରେ ଅପରାହ୍ନ ୪ଟା ୧୫ରେ ତାଙ୍କୁ ଗିରଫ କରାଯାଇଥିବା ନେଇ ପୁଲିସ ପକ୍ଷରୁ ସୂଚନା ଦିଆଯାଇଥିଲା।

ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା, ଅସଦାଚରଣ କରିବା ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକଙ୍କୁ ଖାରବେଳନଗର ଥାନା ପୁଲିସ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଥିଲା। ମାମଲା ରୁଜୁ ହେବା ପରେ ଟୁଟୁଙ୍କୁ ଖାରବେଳନଗର ଥାନାରେ ହାଜର ହେବା ପାଇଁ ପୁଲିସ ପକ୍ଷରୁ ନୋଟିସ୍ କରାଯାଇଥିଲା। ଅପରାହ୍ନ ପ୍ରାୟ ୨ଟା ୧୫ରେ ସେ ଥାନାରେ ପହଞ୍ଚିଥିଲେ। ଏହା ପରେ ତଦନ୍ତକାରୀ ଅଧିକାରୀ ତାଙ୍କୁ ଜେରା କରିବା ସହ ବୟାନ ରେକର୍ଡ କରିଥିଲେ। ପ୍ରାୟ ଦୁଇ ଘଣ୍ଟା ପରେ ଅପରାହ୍ନ ୪ଟା ୧୫ରେ ତାଙ୍କୁ ଗିରଫ କରାଯାଇଥିବା ନେଇ ପୁଲିସ ପକ୍ଷରୁ ସୂଚନା ଦିଆଯାଇଥିଲା। ଗତକାଲି ଟୁଟୁଙ୍କ ଆବେଦନର ଶୁଣାଣି ନହୋଇ ୮ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ ବୋଲି କହିଥିଲେ କୋର୍ଟ। 

ସୂଚନାନୁସାରେ, ମହିଳା ସାମ୍ବାଦିକଙ୍କୁ ମାଡ଼ ଘଟଣାକୁ ଗୁରୁତ୍ବର ସହ ନେଇଛନ୍ତି ମହିଳା କମିସନ। ଗଣମାଧ୍ୟମରେ ପ୍ରକାଶିତ ଖବର ଆଧାରରେ ନିଜ ଆଡ଼ୁ ମାମଲାକୁ ଗ୍ରହଣ କରିବା ସହ ଭୁବନେଶ୍ବର ଡିସିପିଙ୍କୁ ରିପୋର୍ଟ ତଲବ କରିଛନ୍ତି। ତଦନ୍ତ କରିବା ସହ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ସେ ସମ୍ପର୍କରେ ଆସନ୍ତା ୨୦ ତାରିଖ ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ ଡିସିପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.