ଲଘୁଚାପ ଆଶଙ୍କା,ଆଗାମୀ ୪୮ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆସୁଛି ଲଘୁଚାପ

ଲଘୁଚାପ  ପ୍ରଭାବରେ ୪ ଦିନ ପ୍ରଯନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ଏହା ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଆସନ୍ତା କାଲିଠୁ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗିରହିବ। ଏହା ସହ ଆସନ୍ତା ୪ ଦିନ ଧରି ସମୁଦ୍ର ଅଶାନ୍ତ ରହିବ ବୋଲି ଆକଳନ କରାଯାଉଛି।

୧୨ରୁ ୧୫ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡା, ଜଗତ୍‌ସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ ଏବଂ ଗଞ୍ଜାମ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୫ ଓ ୧୬ ଦୁଇଦିନ ଧରି ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ହେବ। ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ଅନୁଗୋଳ, ସୋନପୁର, ଝାରସୁଗୁଡା, ବୌଦ୍ଧ ଏବଂ କନ୍ଧମାଳ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।

ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଥିବା ଜଣାପଡ଼ିଛି। ମାଲକାନାଗିରିରେ ସର୍ବାଧିକ ୧୮.୪ ମି.ମି ବର୍ଷା ରେକର୍ଡ କରାଯାଇଥିବା ବେଳେ କେନ୍ଦୁଝରଗଡ଼ରେ ୧୩.୫ ମି.ମି, ସମ୍ବଲପୁରରେ ୧୧.୮ ମି.ମି ଓ ପାରାଦୀରେ ୧୦.୪ ମି.ମି ବର୍ଷା ହୋଇଛି।

ପଢନ୍ତୁ; ଫିଫା ବିଶ୍ୱକପ୍‌: ଫାଇନାଲରେ କ୍ରୋଏସିଆ-ଫ୍ରାନ୍ସ

ଲଘୁଚାପ  ପ୍ରଭାବରେ ୪ ଦିନ ପ୍ରଯନ୍ତ ବର୍ଷା ହେବାର ସମ୍ଭାବନା ରହିଛି। - 4.2

83%

ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଥିବା ଜଣାପଡ଼ିଛି। - 4.4

88%
4.3/5

Very Good!

ଲଘୁଚାପ ଆଶଙ୍କା,ଆଗାମୀ ୪୮ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଲଘୁଚାପ  ପ୍ରଭାବରେ ୪ ଦିନ ପ୍ରଯନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ଏହା ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।

No Votes Yet

You're not rated yet