Loading...

ଆଜି ବି ତୁହାକୁ ତୁହା ବର୍ଷାରେ ଭିଜିବ ଓଡିଶା

ଆଜି ବି ତୁହାକୁ ତୁହା ବର୍ଷାରେ ଭିଜିବ ଓଡିଶା

ଦୁର୍ବଳ ହେଲା ଓ୍ବେଲମାର୍କ ଲୋପ୍ରେସର । ଗାଙ୍ଗେୟ ଉପତ୍ୟକା ଏବଂ ଉତ୍ତର ଓଡ଼ିଶା ଉପକୂଳରେ ଥିବା ସୁଦୃଶ ଲଘୁଚାପ ଗତକାଲି ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି ।

ଦୁର୍ବଳ ହେଲା ଓ୍ବେଲମାର୍କ ଲୋପ୍ରେସର । ଗାଙ୍ଗେୟ ଉପତ୍ୟକା ଏବଂ ଉତ୍ତର ଓଡ଼ିଶା ଉପକୂଳରେ ଥିବା ସୁଦୃଶ ଲଘୁଚାପ ଗତକାଲି ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି । ଏହା ସହ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଏହା ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ଆଜି ୧୨ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବରଗଡ଼, ସୋନୁପର, ବଲାଙ୍ଗୀର, ଝାରସୁଗୁଡା,ସୁନ୍ଦରଗଡ, ସମ୍ବଲପୁର, ଅନୁଗୁଳ, ଦେବଗଡ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଏବଂ ଯାଜପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏଥିସହ ୪ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଦେବଗଡ଼ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏଣୁ ପାଣିପାଗ କେନ୍ଦ୍ର ପକ୍ଷରୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ପରେ ପାଗ ଶୁଖିଲା ରହିବ ବୋଲି ସୂଚନା ରହିଛି ।ଦିନର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରି ଓ ସର୍ବନିମ୍ନ ରାତି ତାପମାତ୍ରା ୨୫ ଡିଗ୍ରି ରହିବ।ଗତ ୨୫ ତାରିଖରୁ ରାଜସ୍ଥାନରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଉତ୍ତର-ପଶ୍ଚିମ ଭାଗରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୁଳ ରହିଛି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.