ଘନୀଭୂତ ହେଉଛି ଲଘୁଚାପ,ଆସନ୍ତାକାଲିଠୁ ବର୍ଷା

rain

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ଉପକୂଳ ଅଞ୍ଚଳରେ ଆସନ୍ତା କାଲିଠାରୁ ୩୦ଯାଏଁ ବର୍ଷାର ସମ୍ଭାବନା ରହିଛି । ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ଆଦି ଜିଲ୍ଲାରେ ଅଧିକ ବର୍ଷାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର୍‌ ବିଶ୍ୱାସ ସୂଚନା ଦେଇଛନ୍ତି। ଏହି ସମୟରେ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

rain

୧୯୯୯ ମହାବାତ୍ୟା ପରଠାରୁ ଅକ୍ଟୋବର ଶେଷ ସପ୍ତାହରେ ବଡ଼ ଧରଣର ବାତ୍ୟା ହେବା ନେଇ ଜନସାଧାରଣଙ୍କ ମଧ୍ୟରେ ଆଶଙ୍କା ରହୁଛି । କିନ୍ତୁ ପାଣିପାଗର କୌଣସି ମଡେଲରୁ ବାତ୍ୟା ହେବାର ସୂଚନା ମିଳୁନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ।

ସୂଚନାଯୋଗ୍ୟ,ଖୋର୍ଦ୍ଧା, କଟକ, ପୁରୀ, ଗଞ୍ଜାମ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ରାୟଗଡ଼ା, ଗଜପତି, କନ୍ଧମାଳ, ନୟାଗଡ଼, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ଦେବଗଡ଼, ସମ୍ବଲପୁର, ବରଗଡ଼ ଏବଂ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

ପଢନ୍ତୁ;ସକାଳୁ ଗରମ ଲେମ୍ବୁ ପାଣି ପିଇବା ଦ୍ଵାରା କଣ ଫାଇଦା ମିଳିଥାଏ? ଜାଣନ୍ତୁ

Related posts

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More