News

ଆହୁରି ୨୪ ଘଣ୍ଟା ବର୍ଷିବ,ଓଡ଼ିଶାର ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

By ENO Beuro

September 06, 2018

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଓ୍ଵଲ୍‌ ମାର୍କ ଲୋପ୍ରେସରରେ ପରିଣତ ହୋଇଛି। ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଛତିଶଗଡ଼ ଓ ମଧ୍ୟପ୍ରଦେଶରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

ବର୍ଷା ସହିତ ଝଡ଼ତୋଫାନ, ବଜ୍ରପାତ ନେଇ ୧୮ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ,ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ଅନୁଗୋଳ, ମୟୂରଭଞ୍ଜ, ଢେଙ୍କାନାଳ, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ ଓ ବଲାଙ୍ଗିର।

ରାତିରେ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ଗୁରୁବାର ସନ୍ଧ୍ୟା ମଧ୍ୟରେ ପ୍ରବଳ ବର୍ଷା ହୋଇପାରେ। ଗତ ୧୨ ଘଣ୍ଟାରେ ଚାନ୍ଦବାଲିରେ ସର୍ବାଧିକ ୭୩ ମିମି ବର୍ଷା ହୋଇଥିବା ବେଳେ ପାରାଦୀପରେ ୬୦, କେନ୍ଦୁଝରରେ ୩୩, ଭୁବନେଶ୍ୱରରେ ୨୪.୮, କଟକରେ ୨୪, ମାଲକାନଗିରିରେ ୧୭ ମିମି ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର କହିଛି।

ପଢନ୍ତୁ;ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ସ୍ଥାୟୀ ବେଞ୍ଚ ପାଇଁ କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ