News

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ : ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ 

ଉତ୍ତର ଓଡ଼ିଶାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା

କାଳବୈଶାଖୀ ପ୍ରଭାବରେ ଆଜି ପ୍ରବଳ ବର୍ଷା ହେବ । ଘଡଘଡ଼ି ମଧ୍ୟ ମାରିବାର ସମ୍ଭାବନା ରହିଛି । ପ୍ରବଳ ବେଗରେ ପବନ ବୋହିବ । ଏହି ସମୟରେ ଘରୁ ନବାହାରିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲା ବିଶେଷ କରି ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକରେ କୁଆପଥର ମାଡ଼ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ସୂଚନା ଦିଆଯାଇଛି ।

ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ତଥା ବଜ୍ରପାତ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର ଆଦି ଜିଲ୍ଲାର କିଛି ସ୍ଥାନରେ ଝଡ଼ତୋଫାନ ଓ ଘଡ଼ଘଡ଼ି ସହିତ ବର୍ଷା ହେବାର ଆଶଙ୍କା ରହିଛି ।

ସନ୍ଧ୍ୟା ୭ ପୂର୍ବରୁ ବାହାରକୁ ଯିବା ପୂର୍ବରୁ ସତର୍କ ରହିବା ପାଇଁ ପାଣିପାଗ କାର୍ଯାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଭୁବନେଶ୍ବର ସମେତ ଉପକୂଳ ଓଡ଼ିଶାରେ ପୂର୍ବାହ୍ନରୁ ଖରା ଓ ଅସହ୍ୟ ଗରମ ହୋଇଥିଲେ ମଧ୍ୟ ଅପରାହ୍ନ ୩ଟା ପରେ ପାଗରେ ହଠାତ୍ ପରିବର୍ତ୍ତନ ଦେଖାଯାଇଛି ।

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ : ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ  kalabaisakhi

ପଢନ୍ତୁ ;

କେଉଁ ପାନୀୟ ଦ୍ରବ୍ୟ କିଡ଼ନୀ ସମସ୍ୟା ଦୂର କରିଥାଏ ଜାଣନ୍ତୁ ?

Related posts

ବଜ୍ର ନେଲା ୧୯ ଜୀବନ, ବାଲେଶ୍ଵରରେ ସର୍ବାଧିକ

ENO Beuro

କାବୁଲରେ ବିସ୍ଫୋରଣ, ୬୦ରୁ ଅଧିକ ମୃତ !

ENO Beuro

ଷ୍ଟେସନ ସ୍ୱଚ୍ଛତା ଉପରେ ତୃତୀୟ ପକ୍ଷ ସର୍ଭେ ରିପୋର୍ଟ ଉନ୍ମୋଚନ କଲେ ପିୟୁଷ ଗୋୟଲ

ENO Beuro

1 comment

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More