ଏହି ୮ଟି ଜିଲ୍ଲାରେ ହେବ ଝଡ଼ତୋଫାନ, ସତର୍କ ସୂଚନା ଦେଲା ପାଣିପାଗ ବିଭାଗ !

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ ଜିଲାରେ ଝଡ଼ତୋଫାନ ସହ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ଜାରି ରହିଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର ଦିଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ ଜିଲାରେ ଝଡ଼ତୋଫାନ ସହ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହା ଆଠ ତାରିଖ ବେଳକୁ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି।

ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡା, ଜଗତ୍‌ସିଂହପୁର, ଗଜପତି ଓ ଗଞ୍ଜାମ ଜିଲାରେ ଘଣ୍ଟାକୁ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି । ୬ ତାରିଖରୁ ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ପରିମାଣ ବଢିବ । ମାଲକାନଗିରି, କୋରାପୁଟ, ଜଗତ୍‌ସିଂହପୁର, ମୟୂରଭଞ୍ଜ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାରେ ବର୍ଷା ପରିମାଣ ବୃଦ୍ଧି ପାଇବ।

ମଙ୍ଗଳବାର ଉପକୂଳରେ ଆକାଶ ମେଘାଚ୍ଛନ୍ନ ରହିବା ସହ କେତେକ ସ୍ଥାନରେ ଝିପିଝିପି ବର୍ଷା ହୋଇଛି। ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ତଳକୁ ଖସିଯାଇଛି। ଆଜି ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ମାଲକାନଗିରି, କୋରାପୁଟ, ଜଗତସିଂହପୁର, ମୟୂରଭଞ୍ଜ, ବାଲେଶ୍ୱର ଓ କେଉଁଝର ଜିଲ୍ଲାରେ ଝଡ଼ତୋଫାନ ହେବ। ପବନ ମଧ୍ୟ ବୋହିବ।

ପଢନ୍ତୁ ;

ଆପଣ କାକୁଡି ଖାଉଛନ୍ତି କି ? ସାବଧାନ ନଚେତ୍ ହୋଇପାରେ ଅନେକ ସମସ୍ୟା !

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ ଜିଲାରେ ଝଡ଼ତୋଫାନ ସହ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି - 4.6

91%

ଏହା ଆଠ ତାରିଖ ବେଳକୁ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି - 4.5

90%
4.5/5

Excellent!

ଏହି ୮ଟି ଜିଲ୍ଲାରେ ହେବ ଝଡ଼ତୋଫାନ, ସତର୍କ ସୂଚନା ଦେଲା ପାଣିପାଗ ବିଭାଗ !

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ଜାରି ରହିଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର ଦିଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ ଜିଲାରେ ଝଡ଼ତୋଫାନ ସହ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

No Votes Yet

You're not rated yet