News

ଆଜିଠୁ ବର୍ଷା ବଢିବ,୧୯ରୁ ପ୍ରବଳ

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ଓ ପାର୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ହେଲେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବ । ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୭ରୁ ୨୦ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ।

୨୧ ତାରିଖରୁ ଲଘୁଚାପ ଛତିଶଗଡ଼ ଓ ମଧ୍ୟପ୍ରଦେଶ ଅଭିମୁଖେ ଗତି କରିବ । ୨୨ ତାରିଖ ବେଳକୁ ଓଡ଼ିଶାରେ ପାଗ ଶୁଖିଲା ରହିବ। ସେହିଭଳି ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶରେ ସମୁଦ୍ର ପତ୍ତନର ୧.୫ କିଲୋମିଟର ଊର୍ଦ୍ଧ୍ୱରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।

lowpressure ପ୍ରବଳ ଆଜିଠୁ ବର୍ଷା ବଢିବ,୧୯ରୁ ପ୍ରବଳ lowpressure

୧୭ରେ ଗଜପତି, ରାୟଗଡା ଓ କୋରାପୁଟରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ବେଳେ ୧୮ରେ କଳାହାଣ୍ଡି, କନ୍ଧମାଳ ଓ ରାୟଗଡାରେ ପ୍ରବଳ ବର୍ଷିବ । ୧୯ରେ ରାଜ୍ୟର ଅଧିକାଂଶଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି । ବିଶେଷ କରି ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡା ଓ ଭଦ୍ରକ ଏବଂ ୨୦ ରେ ଦକ୍ଷିଣ ଓ ଉପକୂଳର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିବ । ତେଣୁ ଏହି ସମୟରେ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

ପଢନ୍ତୁ; ବିଗ୍‌ ବସ୍‌ ୧୨ରେ ବଡ ଖୁଲାସା: ୩୭ ବର୍ଷ ସାନ ଝିଅଙ୍କୁ ଡେଟ୍‌ କରୁଛନ୍ତି ଅନୁପ ଜଲୋଟା

Related posts

ସର୍ବନିମ୍ନ ଜମାରାଶି ନ ଥିବାରୁ ପ୍ରାୟ ୪୧.୧୬ ଲକ୍ଷ ସଞ୍ଚୟ ଖାତା ବନ୍ଦ କଲା ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ୍‌

Krishna Kumar Manoj

22nd Asian Athletics Championships – Cash Awards For Medal Winners

ପ୍ରିୟା ପ୍ରକାଶଙ୍କ ଠାଣିରେ ଆଖି ମାରି ଚର୍ଚ୍ଚାରେ ରାହୁଲ ଗାନ୍ଧୀ

Krishna Kumar Manoj

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More