19 C
Bhubaneswar
December 4, 2020
EnewsOdia.Com
ନ୍ୟୁଜ୍

୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ସମ୍ଭାବନା, ପାଣିପାଗ ବିଭାଗର ସୂଚନା

ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି । ଶୁକ୍ରବାର ଅପରାହ୍ନ ସୁଦ୍ଧା ରାଜ୍ୟର ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର ଏବଂ ରାୟାଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ସେହିପରି ଏହି ସମୟ ମଧ୍ୟରେ ନବରଙ୍ଗପୁର, କାଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଅନୁଗୁଳ, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସୂଚନାନୁସାରେ,  ଦକ୍ଷିଣ ଓଡ଼ିଶା ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୩.୧ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ଟ୍ରଫ୍ ଲାଇନ୍ ସୃଷ୍ଟି ହୋଇଛି । ଯାହା ଫଳରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।

Related posts

କମିଛି ଥଣ୍ଡା, ୨୨ ଯାଏଁ ଘନ କୁହୁଡି

Ratnamani Maharana

ଏଣିକି କଲର ଟ୍ୟୁନରେ ଶୁଭିବ କରୋନା ସମ୍ପର୍କିତ ସଚେତନତା ବାର୍ତ୍ତା

Ratnamani Maharana

ଭାରତୀୟ ବଂଶୋଦ୍ଭବ ଅଭିଜିତ ବାନାର୍ଜୀ ଓ ତାଙ୍କ ପତ୍ନୀଙ୍କୁ ଅର୍ଥନୀତିରେ ନୋବେଲ

Ratnamani Maharana

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More