Loading...

ଆଜି କାଲି ଦୁଇଦିନ ରାଜ୍ୟରେ କାଳବୈଶାଖୀ

ଆଜି କାଲି ଦୁଇଦିନ ରାଜ୍ୟରେ କାଳବୈଶାଖୀ

ରାଜ୍ୟରେ ପଶ୍ଚିମା ଝଡ ପରେ କାଳବୈଶାଖୀ କୋପ । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ରହିଛି ।ଆଜି ଦିନବେଳା ଟାଣଖରା ଓ ଅପରାହ୍‌ଣରେ କାଳବୈଶାଖୀ ଜନିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ରାଜ୍ୟରେ ପଶ୍ଚିମା ଝଡ ପରେ କାଳବୈଶାଖୀ କୋପ । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ରହିଛି ।ଆଜି ଦିନବେଳା ଟାଣଖରା ଓ ଅପରାହ୍‌ଣରେ କାଳବୈଶାଖୀ ଜନିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାର କେତେକ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ସେହିଭଳି ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବରଗଡ଼, ଢେଙ୍କାନାଳ, ବାଲେଶ୍ବର, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ଝଡ଼ବର୍ଷା ହୋଇପାରେ।

ଆସନ୍ତାକାଲି ଦକ୍ଷିଣ, ଆଭ୍ୟନ୍ତରୀଣ ଏବଂ ଉତ୍ତର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ଜାରି କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ଦେଖିବାକୁ ମିଳିଥିଲା । ବିଶେଷକରି କଟକ ଓ ଭୁବନେଶ୍ୱର ବାସିନ୍ଦାଙ୍କୁ ବେହାଲ କରିଥିଲା ଅଦିନିଆ ବର୍ଷା ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.