ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

heavy rain

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଉଛି। ଏଥିପାଇଁ ଏସଆର୍‌ସିଙ୍କ ପକ୍ଷରୁ ସତର୍କତା ଜାରି କରାଯାଇଛି। ୯ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ସୋନପୁର, ଗଜପତି, ଗଞ୍ଜାମ,ପୁରୀ, ବରଗଡ଼, ଖୋର୍ଦ୍ଧା ଓ ନୟାଗଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ଲଘୁଚାପ ପ୍ରଭାବରେ ଆସନ୍ତା ୧୫ ତାରିଖ ପର୍ୟ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଅନୁମାନ କରାଯାଉଛି।

heavy rain

ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ସୋମବାର ମଧ୍ୟ ରାଜ୍ୟ ତମାମ ବର୍ଷା ଜାରି ରହିବା ସହିତ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ସମ୍ବଲପୁର ବୌଦ୍ଧ, ଜଗତସିଂହପୁର ଏବଂ କଟକରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ପଢନ୍ତୁ;ଏଥର ପୁଣି ପୂଜା ବଜାରରେ ବାବୁସାନଙ୍କ ସହ କମାଲ କରିବେ ଏହି ନାୟିକା

Related posts

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More