News

ବଙ୍ଗୋପସାଗରରେ ଲଘୁଚାପ : ୧୩ ଓ ୧୪ ଦୁଇଦିନ ପ୍ରବଳରୁ ଅତିପ୍ରବଳ ବର୍ଷିବ

Untitled 1

 ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ  ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା  ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।  ଏହାକୁ ନଜରରେ ରଖି ସମସ୍ତ ଜିଲ୍ଲାପାଳ ମାନଙ୍କୁ ବନ୍ୟା ଓ ଜଳବନ୍ଦୀ ସମସ୍ୟାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ନିର୍ଦ୍ଦେଶ।ହାସହିତ ଜିଲ୍ଲାସ୍ତରରେ ଜରୁରୀକାଳୀନ କେନ୍ଦ୍ରକୁ ୨୪ଘଣ୍ଟିଆ ଖୋଲା ରଖି ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର କରି ଆଶ୍ରୟସ୍ଥଳୀରେ ରଖିବା, ଖାଦ୍ୟ ସାମଗ୍ରୀ, ପାନୀୟ ଜଳ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରଖିବାକୁ  ନିର୍ଦ୍ଦେଶ ଦିଆଯାଇଛି । ଜଳମଗ୍ନ ହୋଇ ପଡ଼ୁଥିବା ରାସ୍ତା ଓ ପୋଲ ମାନଙ୍କରେ  ଗାଡ଼ିମୋଟର ଚଳାଚଳ ବନ୍ଦ ରଖିବାକୁ ମଧ୍ୟ ନିର୍ଦ୍ଦେଶ ଜାରି କରାଯାଇଛି ।

ଆଜି  ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ବରଗଡରେ ଅତିପ୍ରବଳ ବର୍ଷା ହେବ ।ସେହିପରି  ମୟୂରଭଞ୍ଜ, ଗଜପତି, କେନ୍ଦୁଝର, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଯାଜପୁର, ଜଗତସିଂହପୁର, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ପ୍ରବଳ ବର୍ଷା କାରଣରୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ଏହି ତିନିଦିନ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପଢନ୍ତୁ: ୨୦ରେ ଚନ୍ଦ୍ରର ନିକଟବର୍ତ୍ତୀ ହେବ ଚନ୍ଦ୍ରଯାନ-୨: ଇସ୍ରୋ

Related posts

ଓଡିଶାରେ ବିଳମ୍ବ ହେବ ଭୋଟ ଫଳ ଘୋଷଣା

Ratnamani Moharana

ଓଡିଶାରେ ହେବ ପେଟ୍ରୋଲିୟମ କ୍ରାକର କମ୍ପାନୀ

ENO Beuro

୧୬ରୁ ଯୁକ୍ତ ଦୁଇ ରେଗୁଲାର ଫର୍ମ ପୂରଣ,ବଦଳିବନି ପ୍ରଶ୍ନ ପାଟର୍ନ

ENO Beuro

1 comment

Leave a Comment