Loading...

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୬ ଜିଲ୍ଲାରେ ପ୍ରବଳ ବର୍ଷାନେଇ ୟେଲୋୱାର୍ନିଙ୍ଗ ଜାରିକଲା ପାଣିପାଗ ବିଭାଗ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୬ ଜିଲ୍ଲାରେ ପ୍ରବଳ ବର୍ଷାନେଇ ୟେଲୋୱାର୍ନିଙ୍ଗ ଜାରିକଲା ପାଣିପାଗ ବିଭାଗ

ବୁଧବାର ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସକ୍ରିୟ ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ଏହା ସକ୍ରିୟ ରହିଥିବା ଜଣାପଡିଛି।

ବୁଧବାର ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସକ୍ରିୟ ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ଏହା ସକ୍ରିୟ ରହିଥିବା ଜଣାପଡିଛି। ସେହିପରି ବର୍ତ୍ତମାନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୁଦୃଶ୍ୟ ଲଘୁଚାପ କେନ୍ଦ୍ରୀଭୂତ ରହିଛି । ସକ୍ରିୟ ଲଘୁଚାପ ପ୍ରଭାବରେ ଆଜି ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । 

ସୂଚନାନୁସାରେ, ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଗୁରୁବାର ଦୁଇଟି ପର୍ଯ୍ୟାୟରେ ଆଉ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ଏହା ପୂର୍ବରୁ ବୁଧବାର ୨ଟି ସ୍ଲୁଇସ ଗେଟ୍ ଖୋଲାଯାଇଥିଲା । ବର୍ତମାନ ମୋଟ ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.