Loading...

ଆସନ୍ତା ଦୁଇ ଦିନ ରାଜ୍ୟରେ କାଳବୈଶାଖୀ, ତାତିରୁ ମିଳିବ ତ୍ରାହି

ଆସନ୍ତା ଦୁଇ ଦିନ ରାଜ୍ୟରେ କାଳବୈଶାଖୀ, ତାତିରୁ ମିଳିବ ତ୍ରାହି

ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ତାତିରୁ ମିଳିବ ତ୍ରାହି । କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ସମ୍ଭାବନା ଥିବାରୁ ତାତି କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଳବୈଶାଖୀ ବର୍ଷା ପାଇଁ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ତାତିରୁ ମିଳିବ ତ୍ରାହି । କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ସମ୍ଭାବନା ଥିବାରୁ ତାତି କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଳବୈଶାଖୀ ବର୍ଷା ପାଇଁ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କେନ୍ଦୁଝର ମୟୂରଭଞ୍ଜ ଓ ଢେଙ୍କାନାଳରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି ।ଏହି ବର୍ଷା ପ୍ରଭାବରେ ସ୍ବାଭାବିକଠାରୁ ୨ ରୁ ୩ ଡିଗ୍ରୀ ତାପମାତ୍ରା କମିବ । ଆସନ୍ତା ୨୪ ତାରିଖରୁ ପାଗ ବଦଳିବ । କାଳବୈଶାଖୀର ପ୍ରଭାବ କମିବା ସହ ତାତି ବଢ଼ିବ । ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ବଢ଼ିବ । ଅଧିକାଂଶ ଜିଲ୍ଲାରେ ୪୦ ଡିଗ୍ରୀ କିମ୍ବା ତାହାଠାରୁ ଅଧିକ ତାପମାତ୍ରା ରେକର୍ଡ ହେବାର ସମ୍ଭାବନା ରହିଛି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.