Loading...

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂ

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂ

ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂ ନିଯୁକ୍ତ ହେବେ।

ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂ ନିଯୁକ୍ତ ହେବେ। ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ଡି.ୱାଇ. ଚନ୍ଦ୍ରଚୁଡ଼, ବିଚାରପତି ସଞ୍ଜୟ କିଶାନ କାଉଲ୍‌, ବିଚାରପତି ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ କଲେଜିୟମ୍‌ ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂଙ୍କୁ ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବାକୁ ଗୁରୁବାର ସୁପାରିସ କରିଛନ୍ତି। ଜଷ୍ଟିସ ସିଂ ଏହି ପଦ ପାଇଁ ଯୋଗ୍ୟ ବୋଲି କଲେଜିୟମ ହୃଦ୍‌ବୋଧ କରିବା ପରେ ଏପରି ପଦକ୍ଷେପ ନିଆଯାଇଥିବା ଜଣାଯାଇଛି। 

 ସୂଚନାନୁସାରେ, ଜଷ୍ଟିସ୍ ଶୁଭାଶିଷ ତାଳପତ୍ରଙ୍କ ଅବସର ପରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀ ଖାଲି ପଡ଼ିଛି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲଏଲବି କରିବା ପରେ ୧୯୯୦ ମସିହାରେ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ ଜଷ୍ଟିସ୍ ସିଂହ । ୨୦୧୦ରେ ଅତିରିକ୍ତ ଆଡଭୋକେଟ୍ ଜେନେରାଲ୍ ଭାବେ ତାଙ୍କୁ ନିଯୁକ୍ତ କରିଥିଲେ ବିହାର ସରକାର । ୨୦୧୨ରେ ପାଟନା ହାଇକୋର୍ଟର ଅତିରିକ୍ତ ଜଜ୍ ଭାବେ ତାଙ୍କର ନିଯୁକ୍ତି ଦିଆଯାଇଥିଲା । 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.