News

ଅଯୋଗ୍ୟ ହିତାଧିକାରୀଙ୍କ ପାଖରୁ ଫେରିବ କାଳିଆ ଟଙ୍କା

Untitled 1

ଅଯୋଗ୍ୟ ହିତାଧିକାରୀଙ୍କ ପାଖରୁ କାଳିଆ ଟଙ୍କା  ଫେରିବ | ଖୁବ ଶୀଘ୍ର ଅଯୋଗ୍ୟ ହିତାଧିକାରୀଙ୍କର ତାଲିକା ଯାଞ୍ଚ ହେବ। ପଞ୍ଚାୟତ ସ୍ତରରେ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଅଗଷ୍ଟ ୬ରୁ ୧୪ ତାରିଖ ଯାଏଁ ଯାଞ୍ଚ ହେବାକୁ ଥିବାବେଳେ ତାଲିକାରୁ ବାଦ ପାଇଁ ଅଯୋଗ୍ୟ ହିତାଧିକାରୀ  ଆବେଦନ କରିପାରିବେ । ପୂର୍ବରୁ ଜୁଲାଇ ୩୧ ତାରିଖରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଅରୁଣ କୁମାର ସାହୁ ସୂଚନା ଦେଇଥିଲେ | ହିତାଧିକାରୀ ଚୟନ ଦାୟିତ୍ବରେ ଥିବା ଅଧିକାରୀମାନେ ଏ ଦିଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫‘ଟି’ ସୂତ୍ରକୁ ଆପଣାଇ ନିର୍ଭୁଲ ତାଲିକା ପ୍ରସ୍ତୁତ କରିବାକୁ ମନ୍ତ୍ରୀ ଶ୍ରୀ ସାହୁ ନିର୍ଦ୍ଦେଶ ଦେଇଥିଲେ।

ଓଡ଼ିଶାର କ୍ଷୁଦ୍ର ଓ ନାମମାତ୍ର ଏବଂ ଭୂମିହୀନ ଚାଷୀଙ୍କୁ ଚାଷ କାର୍ଯ୍ୟ ନିମନ୍ତେ ସିଧାସଳଖ ସହାୟତା ଯୋଗାଇ ଦେବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା କାଳିଆ ଯୋଜନା ପରି ଏକ ଐତିହାସିକ ନିଷ୍ପତ୍ତି ନିଆଯାଇଥିଲା। ଏ ପର୍ଯ୍ୟନ୍ତ ସରକାର ୩୬.୩୪ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ୧୪.୭୦ ଲକ୍ଷ ଭୂମିହୀନ କୃଷି  ପରିବାରକୁ କାଳିଆ ଯୋଜନାରେ ଅନ୍ତର୍ଭୁକ୍ତ କରିଛନ୍ତି। ତେବେ ଏହି ତାଲିକାକୁ ତ୍ରୁଟିଶୂନ୍ୟ କରିବା ପାଇଁ ପଦକ୍ଷେପ ନିଆଯାଉଛି। ଗୋଟିଏ ପରିବାରର ଏକାଧିକ ବ୍ୟକ୍ତିଙ୍କୁ ‘କାଳିଆ’ ସହାୟତା  ତାଲିକାରେ ସଂଯୁକ୍ତ କରାଯାଇଛି। କେଁଉଠି ନା କେଉଁଠି ହିତାଧିକାରୀ ଚିହ୍ନଟ କରିବାରେ ତ୍ରୁଟି ରହୁଛି ବୋଲି ବିଧାନସଭାରେ ବିରୋଧୀ ସଦସ୍ୟମାନେ କହିଥିଲେ |
ପଢନ୍ତୁ: ‘କାଶ୍ମୀର’ ଆମର, କାଶ୍ମୀର ପାଇଁ ଜୀବନ ଦେଇଦେବି ବୋଲି କହିଲେ ଅମିତ ଶାହା

Related posts

ଶରୀରକୁ ସମ୍ଭାଳ

Ratnamani Moharana

ପାରଦ ୫ ଡିଗ୍ରୀକୁ ଖସିଲା, କେନ୍ଦୁଝରରେ ତୁଷାରପାତ

ENO Beuro

ଉତ୍ତର -ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ

Ratnamani Moharana

1 comment

Leave a Comment