22.1 C
Bhubaneswar
December 7, 2021
EnewsOdia.Com
ନ୍ୟୁଜ୍ ରାଜନୀତି

କଂଗ୍ରେସରୁ ଇସ୍ତଫା ଦେବାକୁ ବିଧାୟକ ତାରା ବାହିନୀପତିଙ୍କ ପତ୍ନୀ ମିନାକ୍ଷୀ ବାହିନୀପତିଙ୍କ ଧମକ

କୋରପୁଟ କଂଗ୍ରେସରେ କନ୍ଦଳ। କଂଗ୍ରେସରୁ ଇସ୍ତଫା ଧମକ ଦେଲେ କୋରାପୁଟ ଜିଲ୍ଲା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ। ପିସିସି ସଭାପତି ଦୃଷ୍ଟି ନଦେଲେ ନିଜ ସମର୍ଥକଙ୍କ ସହ ଇସ୍ତଫା ଦେବେ ବୋଲି କହିଲେ। କୋରାପୁଟ ସାଂସଦ କରିଥିବା ପ୍ରେସମିଟକୁ ଜୟପୁର ବିଧାୟକଙ୍କୁ ଡକାଯାଇନଥିବା କହିଲେ ମିନାକ୍ଷୀ। ଉକ୍ତ ପ୍ରେସମିଟକୁ ଦଳ ଛାଡ଼ିଥିବା ନେତାଙ୍କୁ ଡକାଯାଇଥିବା ସେ ଅଭିଯୋଗ କରିଛନ୍ତି । ସେ କହିଛନ୍ତି ଯେ, ଉକ୍ତ ପ୍ରେସ୍‌ମିଟ୍‌ରେ ଜିଲ୍ଲାର ସମସ୍ତ ନେତୃବୃନ୍ଦ ଉପସ୍ଥିତ ଥିଲେ।

ହେଲେ ତାଙ୍କ ସ୍ୱାମୀ ତଥା ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ଡକାଯାଥିଇ ନଥିଲା। ଏନେଇ ତାରାଙ୍କ ପାଖରେ କିଛି ଖବର ନଥିବା ମଧ୍ୟ ମିନାକ୍ଷୀ କହିଛନ୍ତି। ଏମିତି ହେଲେ କୋରାପୁଟ ଜିଲ୍ଲାରେ କଂଗ୍ରେସ କ୍ଷତିଗ୍ରସ୍ତ ହେବ।  ଏମପି ଯେଉଁ କାମ କରୁଛନ୍ତି ତାହା ଦଳ ପାଇଁ ଶୁଭଙ୍କର ନୁହେଁ। କଂଗ୍ରେସ କେବେ ମରିନି। କଂଗ୍ରେସ ଅଛି , ରହିବ। କିନ୍ତୁ ଦଳ ଭିତରେ ଯେଉଁ ବିଭେଦ ସୃଷ୍ଟି କରାଯାଉଛି ତାହା କୋରାପୁଟ ଜିଲ୍ଲା କଂଗ୍ରେସ ପାଇଁ ଉଚିତ୍‌ ନୁହଁ। ସେହିଭଳି ତାଙ୍କୁ ଆଡ଼େଇ ଦେଲା ଭଳି ପିସିସି ସଭାପତି ଯେଉଁ ଉତ୍ତର ଦେଲେ ତାହା ତାଙ୍କୁ ଠିକ୍‌ ଲାଗିଲା ନାହିଁ ବୋଲି ସେ କହିଛନ୍ତି।

ପଢନ୍ତୁ: ସେପ୍ଟେମ୍ବର ପହିଲାରୁ ଖୋଲିବ ଲିଙ୍ଗରାଜ ମନ୍ଦିର

Related posts

କୁମାରଙ୍କ ପାଇଁ କୁମାର ପୂର୍ଣ୍ଣିମା, ସଜବାଜ ହୋଇ ଉପାସରେ ସାରା ଓଡିଶାର କୁମାରୀ

Ratnamani Maharana

ଭାରତ ଆଗରେ ମଥାନତ କଲେ ଇମରାନ ଖାନ

Ratnamani Maharana

ଏଥର ହୋଲିରେ ଚାଇନା ରଙ୍ଗକୁ ଛୁଇଁବା ମନା

Ratnamani Maharana

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More