ଲ୍ୟାଣ୍ଡ ଫର ଜବ୍ ସ୍କାମ ଅଭିଯୋଗରେ ଆଜି ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରେ ହାଜର ହୋଇଛନ୍ତି ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ । ଦିଲ୍ଲୀର ଏକ ସ୍ୱତନ୍ତ୍ର କୋର୍ଟ ଲାଲୁ ପ୍ରସାଦ ଯାଦବ ଓ ତାଙ୍କ ପରିବାରକୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରିଛନ୍ତି। ଏହି ତିନି ଜଣଙ୍କୁ ୫୦ ହଜାର ଟଙ୍କା ମୁଜଳିକାରେ ଜାମିନ ପ୍ରଦାନ କରିଛନ୍ତି କୋର୍ଟ। ଆସନ୍ତା ମାର୍ଚ୍ଚ ୨୯ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ଉଲ୍ଲେଖଯୋଗ୍ୟ, ୨୦୦୪ରୁ ୨୦୦୯ ମଧ୍ୟରେ ଲାଲୁ ରେଳ ମନ୍ତ୍ରୀ ଥିବାବେଳେ ରେଳ ବିଭାଗରେ ଚାକିରି ପାଇବା ପାଇଁ ଲୋକ ସେମାନଙ୍କ ଜମିକୁ ଉପହାର ଭାବେ ଲାଲୁ ଯାଦବଙ୍କ ପରିବାର ସଦସ୍ୟଙ୍କ ନାମରେ କରିଦେଉଥିଲେ।ଏହି ଦୁର୍ନୀତି ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ ମାର୍ଚ୍ଚ ୧୫ରେ କୋର୍ଟରେ ହାଜର ହେବାପାଇଁ ଫେବ୍ରୁଆରି ୨୭ରେ ସମନ୍ ଜାରି ହୋଇଥିଲା।