ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ତୃତୀୟରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଚାଲିଥିବା ଏଲ୍ଆରପି(ଲର୍ଣ୍ଣିଂ ରିକଭରି ପ୍ରୋଗାମ)ର ଚୂଡ଼ାନ୍ତ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବ।
କରୋନା ସମୟରେ ପାଠପଢ଼ା ପ୍ରଭାବିତ ହୋଇଥିବା ସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟର ତୃତୀୟରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଚାଲିଥିବା ଏଲ୍ଆରପି(ଲର୍ଣ୍ଣିଂ ରିକଭରି ପ୍ରୋଗାମ)ର ଚୂଡ଼ାନ୍ତ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବ। ୨୧ ତାରିଖ ଯାଏ ଅନୁଷ୍ଠିତ ହେବାକୁ ଥିବା ଏହି ପରୀକ୍ଷା ପାଇଁ ଓପେସା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ୧୯ ତାରିଖରେ ତୃତୀୟ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଓଡ଼ିଆ ବିଷୟର ପରୀକ୍ଷା ହେବାକୁ ଥିବା ବେଳେ ଚତୁର୍ଥରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ଇଂରାଜୀ ବିଷୟର ପରୀକ୍ଷା ଅନୁଷ୍ଠିତ ହେବ। ୨୦ ତାରିଖରେ ତୃତୀୟରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କ ଗଣିତ ବିଷୟରେ ପରୀକ୍ଷା କରାଯିବ। ୨୧ ତାରିଖରେ ତୃତୀୟରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ଇଭିଏସ୍ ଓ ଷଷ୍ଠରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ବିଜ୍ଞାନ ବିଷୟର ପରୀକ୍ଷା ଅନୁଷ୍ଠିତ ହେବ।
ପରୀକ୍ଷାର ସୁପରିଚାଳନା ଉପରେ ସ୍କୁଲ ପ୍ରଧାନ ଶିକ୍ଷକମାନେ ଗୁରୁତ୍ବ ଦେବାକୁ କୁହାଯାଇଛି। ଛାତ୍ରଛାତ୍ରୀ ନିଜ ନିଜ ସ୍କୁଲରେ ପରୀକ୍ଷା ଦେବେ। ପରୀକ୍ଷା ପାଇଁ ଧାର୍ଯ୍ୟ ସମୟରେ ଛାତ୍ରଛାତ୍ରୀଙ୍କ ପ୍ରଶ୍ନପତ୍ର ବଣ୍ଟନ ସହ ଉତ୍ତରଖାତା ଦିଆଯିବ। ପରୀକ୍ଷା ସରିବା କ୍ଷଣି ପରୀକ୍ଷାର୍ଥୀଙ୍କଠାରୁ ଉତ୍ତର ଖାତାଗୁଡ଼ିକୁ ଆଦାୟ କରି ପ୍ରଧାନ ଶିକ୍ଷକମାନେ ତାହାକୁ ନିଜ ହେପାଜତରେ ରଖିବେ। ପରୀକ୍ଷାରେ ଯେପରି ଶତପ୍ରତିଶତ ଉପସ୍ଥାନ ହେବ, ସେ ଦିଗରେ ବି ସ୍କୁଲ କର୍ତ୍ତୃପକ୍ଷ ଗୁରୁତ୍ବ ଦେବାକୁ କୁହାଯାଇଛି। ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ପାଇଁ ଆବଶ୍ୟକତା ଥିବାରୁ ଉତ୍ତର ଖାତାଗୁଡ଼ିକୁ ସୁରକ୍ଷିତ ଭାବେ ସାଇତି ରଖିବାକୁ ପରାମର୍ଶ ଦିଆଯାଇଛି। ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳକୁ ଏଲ୍ଆରପି ଡାସ୍ବୋର୍ଡରେ ଅପଲୋଡ୍ କରିବାକୁ ପ୍ରଧାନ ଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।