Loading...

ଏପ୍ରିଲ ପହିଲାରେ ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ

ଏପ୍ରିଲ ପହିଲାରେ ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ

ଏପ୍ରିଲ ପହିଲାରେ ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ରହିଛି। ଦେଶର ବିଭିନ୍ନ ପ୍ରାନ୍ତର ଛାତ୍ରଛାତ୍ରୀମାନଙ୍କ ସହ ଏହି ଦିନ ପରୀକ୍ଷା ସମ୍ପର୍କରେ ଭାବ ବିନିମୟ କରିବେ ।

ଏପ୍ରିଲ ପହିଲାରେ ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ରହିଛି। ଦେଶର ବିଭିନ୍ନ ପ୍ରାନ୍ତର ଛାତ୍ରଛାତ୍ରୀମାନଙ୍କ ସହ ଏହି ଦିନ ପରୀକ୍ଷା ସମ୍ପର୍କରେ ଭାବ ବିନିମୟ କରିବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟଠାରୁ ମିଳିଛି ଏହି ସୂଚନା । ଏହା ହେବ ମୋଦିଙ୍କର ପଞ୍ଚମ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ।  ମୋଦିଙ୍କ ସହ ଛାତ୍ରଛାତ୍ରୀଙ୍କ ବ୍ୟତୀତ ଅଭିଭାବକ ଓ ଶିକ୍ଷକ ମଧ୍ୟ ଯୋଡ଼ି ହୋଇ ଚାପ ମୁକ୍ତ ପରୀକ୍ଷା ସମ୍ପର୍କରେ ନିଜ ନିଜର ଅଭିମତ ପ୍ରଦାନ କରିବେ । ଏହି କାର୍ଯ୍ୟକ୍ରମରେ ଭାଗ ନେବାକୁ ଗତ ଡିସେମ୍ବର ଓ ଜାନୁଆରୀ ମାସରେ ଅନଲାଇରେ ଏକ କ୍ରିଏଟିଭ୍ ରାଇଟିଂ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ଦେଶର କୋଣ ଅନୁକୋଣରୁ ପ୍ରାୟ ୧୫ଲକ୍ଷରୁ ଅଧିକ ପ୍ରତିଯୋଗୀ ଭାଗ ନେଇଥିଲେ ।

 


 

କାର୍ଯ୍ୟକ୍ରମର ପ୍ରଥମ ତିନିଟି ଏଡିସନ୍ ଦିଲ୍ଲୀର ଟାଉନ୍ ହଲରେ ଅନୁଷ୍ଠିତ ହୋଇଥିବାବେଳେ କରୋନା ଯୋଗୁଁ ଚତୁର୍ଥ ସଂସ୍କରଣ ଗତବର୍ଷ ଏପ୍ରିଲ ୧୭ରେ ଅନଲାଇନ୍‌ରେ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମ ଜରିଆରେ ପିଲାଙ୍କୁ ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଟିପ୍ସ ଦେବେ ପ୍ରଧାନମନ୍ତ୍ରୀଙ୍କ ସହ ଶିକ୍ଷାବିତ୍।

 


 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.