Loading...

ଫେରୁଛି ମୌସୁମୀ: ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଫେରୁଛି ମୌସୁମୀ: ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଆଜିଠାରୁ ଆରମ୍ଭ ହୋଇଛି ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା । ବର୍ତ୍ତମାନ ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାରୁ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି ।

ଆଜିଠାରୁ ଆରମ୍ଭ ହୋଇଛି ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା । ବର୍ତ୍ତମାନ ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାରୁ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଆଗାମୀ ୧୨ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା-ଉପକୂଳ ଆଡ଼କୁ ଗତି କରି ଉତ୍ତର ଓଡିଶା ଓ ଉତ୍ତର ଛତିଶଗଡ଼ ଆଡ଼କୁ ମୁଁହାଇବ। । ଲଘୁଚାପ ପ୍ରଭାବରେ ଆଜି(ମଙ୍ଗଳବାର)ଠାରୁ ୨୩ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଫଳରେ ଆହୁରି ୨ ଦିନ ବର୍ଷା ହେବ ।ଆସନ୍ତା ୨୪ ଘଣ୍ଟାରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ସହ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତାକାଲି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡିଶାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ୩ ଦିନ ବିଳମ୍ବରେ ଆରମ୍ଭ ହୋଇଛି ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା । ଆଗକୁ ଆଉ ଏକ ଘୁର୍ଣ୍ଣିବଳୟ ଆସୁଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାସହ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ସମ୍ଭାବନା ରହିଛି । ବିଶେଷ କରି ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଏବଂ କୋରାପୁଟ ଆଦି ୧୦ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ସେହିପରି ଗଜପତି, ମାଲକାନାଗିରି, ରାୟଗଡ଼ା, ଖୋର୍ଦ୍ଧା, କେନ୍ଦ୍ରପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୋନପୁର, ବଲାଙ୍ଗୀର ଏବଂ ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୦୧୧ ମେ ୨୯ରେ କେରଲ ଛୁଇଁଥିଲା ମୌସୁମୀ ବାୟୁ ଜୁନ ୧୩ ରେ ଓଡ଼ିଶାକୁ ଛୁଇଁଥିବା ବେଳଏ ଓ ଜୁନ ୧୬ରେ ସାରା ଓଡିଶାରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.