Loading...

ଓଡିଶାରୁ ଆଜିଠୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବାନେଇ ସୂଚନା ଦେଲା ପାଣିପାଗ ବିଭାଗ

ଓଡିଶାରୁ ଆଜିଠୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବାନେଇ ସୂଚନା ଦେଲା ପାଣିପାଗ ବିଭାଗ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜସ୍ଥାନରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ସ୍ବାଭାବିକ ଭାବେ ଅକ୍ଟୋବର ୧୫ ତାରିଖ ପାଖାପାଖି ରାଜ୍ୟରୁ ମୌସୁମୀ ଅପସାରଣ ପ୍ରକ୍ରିୟା ଆରମ୍ଭ ହୋଇଥାଏ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜସ୍ଥାନରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ସ୍ବାଭାବିକ ଭାବେ ଅକ୍ଟୋବର ୧୫ ତାରିଖ ପାଖାପାଖି ରାଜ୍ୟରୁ ମୌସୁମୀ ଅପସାରଣ ପ୍ରକ୍ରିୟା ଆରମ୍ଭ ହୋଇଥାଏ। ଏ ବର୍ଷ ମଧ୍ୟ ଏହି ସମୟରେ ମଧ୍ୟରେ ଓଡ଼ିଶାରୁ ମୌସୁମୀ ଫେରିଯାଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି। ସେହିଭଳି ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.