Loading...

ସେଫ୍‌ ବିକାଶ ଖାନ୍ନାଙ୍କୁ ଓଡିଶା ଆସିବାକୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ସେଫ୍‌ ବିକାଶ ଖାନ୍ନାଙ୍କୁ ଓଡିଶା ଆସିବାକୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ସ୍ବାଧୀନତା ଦିବସ ପାଳନ ଅବସରରେ ନିୟୁୟର୍କ ସହରର ଟାଇମ୍‌ସ ସ୍କୋୟାରରେ ସ୍ଥାନ ପାଇଥିଲା ଓଡିଶାର ଗର୍ବ,ଗୌରବ,ସମ୍ମାନ ବୋଲି କୁହାଯାଉଥିବା ବିଶ୍ବପ୍ରସିଦ୍ଧ କୋଣାର୍କ ଚକ୍ରର ଏକ ପ୍ରତିରୂପ।

ସ୍ବାଧୀନତା ଦିବସ ପାଳନ ଅବସରରେ ନିୟୁୟର୍କ ସହରର ଟାଇମ୍‌ସ ସ୍କୋୟାରରେ ସ୍ଥାନ ପାଇଥିଲା ଓଡିଶାର ଗର୍ବ,ଗୌରବ,ସମ୍ମାନ ବୋଲି କୁହାଯାଉଥିବା ବିଶ୍ବପ୍ରସିଦ୍ଧ କୋଣାର୍କ ଚକ୍ରର ଏକ ପ୍ରତିରୂପ। ବିଶ୍ବସ୍ତରରେ ଓଡ଼ିଶାକୁ ତଥା ଏହାର କାରୁକାର୍ଯ୍ୟକୁ ଲୋକଲଚନ ଆଣିବାକୁ ମୁପ୍ରୟାସ କରାଯାଇଥିଲା। ଶ୍ରୀ ଖାନ୍ନା ସ୍ବାଧୀନତା ଦିବସ ପାଳନ ଅବସରରେ ନିୟୁୟର୍କ ସହରର ଟାଇମ୍‌ସ ସ୍କୋୟାର ଠାରେ ବିଶ୍ବପ୍ରସିଦ୍ଧ କୋଣାର୍କ ଚକ୍ରର ଏକ ପ୍ରତିରୂପ ସ୍ଥାପନ କରି ଚର୍ଚ୍ଚାର ରହିଥିଲେ । 

ସୂଚନାନୁସାରେ, ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆଲୋଚନା କରିଛନ୍ତି । ଏହି ଆଲୋଚନା ସମୟରେ ଶ୍ରୀ ଖାନ୍ନା ଓଡିଶାର କଳା, ସ୍ଥାପତ୍ୟ, ସଂସ୍କୃତି, ଐତିହ୍ୟ ଓ ଖାଦ୍ୟ ପରମ୍ପରାର ଉଚ୍ଚପ୍ରଶଂସା କରିଥିଲେ । ପୁରୀରେ ଶ୍ରୀ ଜଗନ୍ନାଥ ମନ୍ଦିର ପରିଦର୍ଶନ ସମୟରେ ତାଙ୍କର ସୁଖଦ ଆଧ୍ୟାତ୍ମିକ ଅନୁଭୂତି ସଂପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ। ବିକାଶ କ୍ଷେତ୍ରରେ ଓଡିଶା ଦ୍ରୁତ ଅଗ୍ରଗତି କରୁଛି ବୋଲି ମତଦେଇ ମୁଖ୍ୟମନ୍ତ୍ରୀଙ୍କ ଦୃଢ ଓ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ତଥା ମାନବବାଦୀ ଚିନ୍ତାଧାରାର ଉଚ୍ଚପ୍ରଶଂସା କରିଥିଲେ। କୋଣାର୍କ ଚକ୍ର ବିଶ୍ବ  ଏକତାର ପ୍ରତୀକ ବୋଲି ସେ ମତ ଦେଇଥିଲେ । ମୁଖ୍ୟମନ୍ତ୍ରୀ ମଧ୍ୟ ଶ୍ରୀ ଖାନ୍ନାଙ୍କ ସୃଜନଶୀଳତା ଓ ଔଦ୍ୟୋଗୀକ ମନୋଭାବର ପ୍ରଶଂସା କରିଥିଲେ ଏବଂ  ତାଙ୍କୁ ଓଡିଶା ଆସିବାକୁ ନିମନ୍ତ୍ରଣ କରିଥିଲେ। ଏହି  ଆଲୋଚନା ସମୟରେ  ୫ଟି ସଚିବ  ଭି କେ  ପାଣ୍ଡିଆନ୍ ଉପସ୍ଥିତ ଥିଲେ। 

 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.