News

ପ୍ରଧାନମନ୍ତ୍ରୀଙ୍କୁ ନବୀନଙ୍କ ଚିଠି: ସଂସଦ,ବିଧାନସଭାରେ ମହିଳାଙ୍କ ପାଇଁ ସ୍ଥାନ ସଂରକ୍ଷଣ କର

nabin

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି । ସଂସଦ ଓ ବିଧାନସଭାରେ ମହିଳାଙ୍କ ପାଇଁ ସ୍ଥାନ ସଂରକ୍ଷଣ ନେଇ ନବୀନ ଏହି ଚିଠି ଲେଖିଛନ୍ତି । ସଂସଦରେ ମହିଳା ସଂରକ୍ଷଣ ବିଲ୍‌ ପାସ୍‌ ପାଇଁ ପଦକ୍ଷେପ ନେବାକୁ ଚିଠିରେ ଉଲ୍ଲେଖ କରିଛନ୍ତି। ଏହାକୁ ଆଇନରେ ପରିଣତ କରିବା ପାଇଁ କେନ୍ଦ୍ର ସରକାର ପଦକ୍ଷେପ ନିଅନ୍ତୁ। ଏଥିପାଇଁ ଓଡ଼ିଶା ସରକାରଙ୍କ ପୂର୍ଣ୍ଣ ସମର୍ଥନ ରହିବ । ଜାତିର ପିତା ମହାତ୍ମାଗାନ୍ଧୀଙ୍କ ୧୫୦ ଜନ୍ମଜୟନ୍ତୀରେ ଏହା ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠିରେ ଲେଖିଛନ୍ତି।

nabin

ମହିଳାଙ୍କ ସଶକ୍ତୀକରଣ ବିନା ‌କୌଣସି ପରିବାର, ସମାଜ, ରାଜ୍ୟ କିମ୍ବା ଦେଶ ଆଗେଇ ପାରିବ ନାହିଁ। ମା’, ଭଉଣୀ, କନ୍ୟାମାନଙ୍କୁ ନେଇ ଜନସଂଖ୍ୟାର ଅର୍ଧେକ ଭାଗ ଯଦି ନିଷ୍ପତ୍ତି ପ୍ରକ୍ରିୟାରେ ଅଂଶଗ୍ରହଣ କରିବେ, ତେବେ ଯାଇ ଦେଶର ପ୍ରଗତି ତ୍ବରାନ୍ବିତ ହୋଇପାରିବ। ଏଣୁ, ପ୍ରଧାନମନ୍ତ୍ରୀ ନିଜେ ନେତୃତ୍ବ ନେଇ ସଂସଦରେ ମହିଳା ସଂରକ୍ଷଣ ବିଲ୍‌ ପାସ୍‌ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅନୁରୋଧ କରିଛନ୍ତି।

ପଢନ୍ତୁ; ୩୦ ଫୁଟ୍‌ ତଳକୁ ଖସିଲା ସିଲିଣ୍ଡର ବୋଝେଇ ଟ୍ରକ

Related posts

କେନ୍ଦ୍ର ସରକାରଙ୍କ ପଶୁ ସଞ୍ଜିବନୀ ଯୋଜନା! ୪ କୋଟି ଗାଈଙ୍କ ପାଇଁ ଖର୍ଚ୍ଚ ହେବ ୫୦ କୋଟି ଟଙ୍କା

ENO Beuro

ମତଦାନ ଦିବସକୁ ଛୁଟି ଘୋଷଣା କଲେ ରାଜ୍ୟ ସରକାର

Ratnamani Moharana

କେରଳରେ ମୌସୁମୀ: ତୃତୀୟ ସପ୍ତାହ ପୂର୍ବରୁ ଓଡ଼ିଶା ଆସିବନି

Ratnamani Moharana

Leave a Comment