EnewsOdia.Com

ସାମ୍ଭାବ୍ୟ ବାତ୍ୟା ପାଇଁ ସଜାଗ ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଓ ଅଗ୍ନିଶମ ବାହିନୀ

ଯଦିଓ ବାତ୍ୟା ‘ବୁଲ୍‌ବୁଲ୍’ ଓଡ଼ିଶା ଛୁଇଁବାର ସମ୍ଭାବନା ନାହିଁ, ହେଲେ ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିପାରେ। ଏନେଇ ପାଣିପାଗ ବିଭାଗ ଆକଳନ କରିଛି। ଅନ୍ୟପକ୍ଷରେ ‘ବୁଲ୍‌ବୁଲ୍‌’ ପ୍ରଭାବରେ ଆଜିଠୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି। ପାରାଦୀପରେ ଆଜି ସକାଳୁ ସକାଳୁ ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି। ବାତ୍ୟା ‘ବୁଲ୍‌ବୁଲ୍‌’ର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତ କରାଯାଇଛି। ମୁଖ୍ୟତଃ ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ ଓ ଅଗ୍ନିଶମ ବାହିନୀ ଉପରେ ଗୁରୁତ୍ୱ ଦିଆଯାଇଛି। ସମସ୍ତ ଲୋକଙ୍କୁ ଆଲର୍ଟ ରହିବା ପାଇଁ ପରାମର୍ଶ ଦିଆଯାଇଛି।

ବାଲେଶ୍ୱର ଜିଲ୍ଲାରେ ଗୋଟିଏ ଓଡ୍ରାଫ୍‌ ଟିମ୍‌ ଓ ୫ଟି ଏନ୍‌ଡିଆର୍‌ଫ୍‌ ଟିମ୍‌କୁ ମୁତୟନ କରାଯାଇଛି। ଏଥିସହ ଅଗ୍ନିଶମ ବାହିନୀ ମଧ୍ୟ ସଜାଗ ରହିଛି। ସେପଟେ ଭଦ୍ରକରେ ୨ଟି ଏନ୍‌ଡିଆର୍‌ଏଫ୍‌ ଟିମ୍‌ ପହଞ୍ଚିଛନ୍ତି। ଖାଲି ବାଲେଶ୍ୱର, ଭଦ୍ରକ ନୁହେଁ ଜଗତସିଂହପୁରରେ ମଧ୍ୟ ଏନ୍‌ଡିଆର୍‌ଫ୍‌ ଟିମ୍‌ ପହଞ୍ଚିଛନ୍ତି। ଏନ୍‌ଡିଆର୍‌ଫ୍‌ ଇନ୍ସପେକ୍ଟର ଚଣ୍ଡେଶ୍ୱର ପ୍ରସାଦଙ୍କ ନେତୃତ୍ୱରେ ୨୫ଜଣିଆ ଟିମ୍ ଜଗତସିଂହପୁରରେ ପହଞ୍ଚିଛନ୍ତି। ଏଥିସହ ଜିଲ୍ଲାରେ ଥିବା ଓଡ୍ରାଫ୍ ଓ ଅଗ୍ନିଶମ ବିଭାଗକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ପଢନ୍ତୁ: ଆଜିଠୁ ପବିତ୍ର ପଞ୍ଚୁକ ବ୍ରତ ଆରମ୍ଭ, ଚଳଚଞ୍ଚଳ ଶ୍ରୀକ୍ଷେତ୍ର

ସମ୍ବନ୍ଧିତ ଖବର

ଆଜି ଅଯୋଧ୍ୟାରେ ହେବ ଦୀପୋତ୍ସବ, ୫ ଲକ୍ଷ ୫୧ ହଜାର ଦୀପ ଲଗାଯାଇ କରାଯିବ ବିଶ୍ୱରେକର୍ଡ

Ratnamani Maharana

ଆଜି ଅଁଳା ନବମୀ: ରାଧା ପାଦ ଦର୍ଶନ ଲାଗି ଭିଡ଼

Ratnamani Maharana

ନାସା ସେୟାର କଲା ସୂର୍ଯ୍ୟଙ୍କର ଜ୍ୱଳନ୍ତ ଚିତ୍ର

Ratnamani Maharana

ନୂଆ ହିରୋକୁ ମେଡାଲ ଦେଲେ ଟ୍ରମ୍ପ୍‌

Ratnamani Maharana

ଆଜିଠୁ କାର୍ତ୍ତିକ ମାସ, ଶ୍ରୀକ୍ଷେତ୍ରରେ ହବିଷ୍ୟାଳିଙ୍କ ଭିଡ଼

Ratnamani Maharana

ଫାଶୀ ପାଇବେ କି ନିର୍ଭୟା ଦୁଷ୍କର୍ମ ଘଟଣାର ଅଭିଯୁକ୍ତ!

Ratnamani Maharana