୩ ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍ଡେଟ୍
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
Loading...
ପଞ୍ଚାୟତ ନିର୍ବାଚନ ପାଇଁ ଆଜି ଠାରୁ ଆରମ୍ଭ ହୋଇଛି ନାମାଙ୍କନ ଦାଖଲ ପ୍ରକ୍ରିୟା । ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ବାଚନ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।
ପଞ୍ଚାୟତ ନିର୍ବାଚନ ପାଇଁ ଆଜି ଠାରୁ ଆରମ୍ଭ ହୋଇଛି ନାମାଙ୍କନ ଦାଖଲ ପ୍ରକ୍ରିୟା । ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ବାଚନ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆଜି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କଣାସ ୧୬ ନଂ ଜୋନ ସିପିଆଇ ଏମଏଲ ଲିବରେସନ୍ ର ଲିଟୁଲାଲ ଦେବ ସୁବୁଦ୍ଧି ଓ ୪ ନମ୍ବର ଜୋନର ଅଶୋକ ପ୍ରଧାନ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ସେହିପରି ପୁରୀ ସଦର ଗୋପିନାଥପୁର ପଞ୍ଚାୟତରେ ତିନିଜଣ ବିଜେପି ପ୍ରାର୍ଥୀ ୱର୍ଡ ମେମ୍ବର ପାଇଁ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ପୁରୀ ଜିଲ୍ଲାରେ ମୋଟ ୨୬୮ଟି ପଞ୍ଚାୟତ ୩୩ ଟି ଜିଲ୍ଲା ପରିଷଦ ଜୋନ ପାଇଁ ୱାର୍ଡ ମେମ୍ବର୍, ସରପଞ୍ଚ, ପଞ୍ଚାୟତ ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟ ନିର୍ବାଚନ ହେବ। ୱାର୍ଡ ମେମ୍ବର୍ ଓ ସରପଞ୍ଚ ନିଜସ୍ୱ ପଞ୍ଚାୟତରେ ନାମାଙ୍କନ ପତ୍ର ଦାଖଲ କରିବେ। ସମିତି ସଭ୍ୟମାନେ ବିଡିଓଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିବେ। ଜିଲ୍ଲା ପରିଷଦ ନିର୍ବାଚନ ପାଇଁ ଉପଜିଲ୍ଲାପାଳଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ ହେବ।
ତେବେ ପୁରୀ ଜିଲ୍ଲାରେ ୧୨,୧୪,୪୦୨ଜଣ ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ । ୧୭ ରୁ ୨୧ ତାରିଖ ଯାଏଁ ନାମାଙ୍କନ ପତ୍ର ଦାଖଲ , ୨୫ ରେ ଚୂଡାନ୍ତ ତାଲିକା ପ୍ରକାଶ ପାଇବ। ରାଜ୍ୟ ନିର୍ବାଚନ କମିଶନଙ୍କ କୋଭିଡ ଗାଇଡ଼ ଲାଇନ ଅନୁଯାୟୀ ଏଥର ନିର୍ବାଚନ ହେବ। ନିର୍ବାଚନ ପ୍ରଚାର ନିୟମ ନେଇ ସଚେତନ କରାଯାଇଛି। ନିୟମ ଉଲଘଂନ ହେଲେ ଆଇନ ଅନୁଯାୟୀ କାର୍ଯ୍ୟନୁଷ୍ଠାନ ହେବ ବୋଲି ପୁରୀ ଉପଜିଲ୍ଲାପାଳ କହିଛନ୍ତି l
Shakespeare, in the beautiful garden, among the party. Some of the hall: in fact she was ever to.
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍ପୋଲ୍’ ଜାରି କରିଥିବା ‘ରେଡ୍ ନୋଟିସ୍’ ଆଧାରରେ ‘ମହାଦେବ ଅନ୍ଲାଇନ୍ ବେଟିଙ୍ଗ୍ ଆପ୍’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।
ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।