News

ଆଜି ବି ୧୩ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

Rain-Lightning

ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା

ବାଂଲାଦେଶରେ  ସୃଷ୍ଟି ହୋଇଥିବା  ଘୁର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଓଡିଶାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଆଜି ପୂର୍ବାହ୍ନ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ହେବ । ଘଡ଼ଘଡ଼ି ସହ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକମାନେ ଏଥିପ୍ରତି ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

ଉତ୍ତର ଏବଂ ଉପକୂଳ ଓଡିଶାରେ କାଳବୈଶାଖୀ ବର୍ଷା ସହ ଘଣ୍ଟା ପ୍ରତି ୨୫ ରୁ ୪୫ କି:ମି ବେଗରେ ପବନ ବୋହିବାର ପୂର୍ବାନୁମାନ କରିଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ। ମତ୍ସଜିବୀମାନଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ।

ପଢନ୍ତୁ; ବିଜେପିରେ ଯୋଗଦେଲେ ପୂର୍ବତନ ବିଜେଡି ସାଂସଦ ବୈଜୟନ୍ତ ପଣ୍ଡା

Related posts

ଆଜିଠୁ ପବିତ୍ର ରମଜାନ ମାସ ଆରମ୍ଭ

ENO Beuro

୨୦ରେ ଚନ୍ଦ୍ରର ନିକଟବର୍ତ୍ତୀ ହେବ ଚନ୍ଦ୍ରଯାନ-୨: ଇସ୍ରୋ

Ratnamani Moharana

ସାମାଜିକ ନିରାପତା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ତୃତୀୟ ଲିଙ୍ଗ ବିକାଶ କାର୍ଯ୍ୟକ୍ରମ

ENO Beuro

Leave a Comment