News

ଆଜିଠୁ ଆରମ୍ଭ ବିଧାନସଭାର ପ୍ରଥମ ବଜେଟ୍‌ ଅଧିବେଶନ

Untitled 1

ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ  ଆଜିଠାରୁ ଆରମ୍ଭ ହୋଇଛି। ରାଜ୍ୟପାଳଙ୍କ ଅଭିଭାଷଣରୁ ବିଧାନସଭା କାର୍ଯ୍ୟ ଆରମ୍ଭ ହେବ। ଅଧିବେଶନର ପ୍ରଥମ ପର୍ଯ୍ୟା଼ୟ ଜୁଲାଇ ୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ଜୁଲାଇ ୧୨ରୁ ଅଗଷ୍ଟ ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ୍ ୩୦ଟି କାର୍ଯ୍ୟଦିବସ ରହିଛି। ୨୮ ତାରିଖରେ ନୂଆ ସରକାରର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହେବ।ଅଧିବେଶନର ପ୍ରଥମ ଦିନ ଅର୍ଥାତ ଆଜି ଦିନ ପୂର୍ବାହ୍ନ ୧୧ଟାରେ ରାଜ୍ୟପାଳ ଉଦ୍ବୋଧନ ଦେବା ସହ ଅଧିବେଶନ ଆରମ୍ଭ ହେବ।୨୬ ତାରିଖରେ ଉପବାଚସ୍ପତି ନିର୍ବାଚନ ନେଇ ଘୋଷଣା ହେବ ଓ ୨୭ ତାରିଖରେ ନିର୍ବାଚନ ହେବ।

ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିରୋଧୀଙ୍କ ହାତରେ ଲମ୍ବା ତାଲିକା ରହିଛି। ପ୍ରଥମ ଥର ପାଇଁ ବିଜେପି ବିରୋଧୀ ଦଳ ଭୂମିକା ନିର୍ବାହ କରିବାକୁ ଯାଉଛି। ତେଣୁ ଶାସକ ଦଳକୁ ଘେରିବା ପାଇଁ ଦଳ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି। ବାତ୍ୟା ପରବର୍ତ୍ତୀ ଥଇଥାନରେ ସରକାରଙ୍କ ବିଫଳତା, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ସ୍ଥିତି, ଅଭାବୀ ଧାନ ବିକ୍ରି, ବିଧାୟକ ସରୋଜ ମେହେରଙ୍କ ଆଚରଣ ଭଳି ବିଭିନ୍ନ ପ୍ରସଙ୍ଗକୁ ଜୋରଦାର ଢଙ୍ଗରେ ଉଠାଇବାକୁ ବିଜେପି ଯୋଜନା କରିଛି।

ପଢନ୍ତୁ: ବିଧାନସଭାର ନୂଆ ବିରୋଧୀ ଦଳ ନେତା ହେଲେ ପ୍ରଦୀପ୍ତ ନାୟକ

Related posts

ରସଗୋଲା ଉତ୍ପତ୍ତି ବିବାଦ ପୁଣି ଥରେ ନୂଆ ମୋଡ ନେଇଛି, ଏବେ ମାମଲା ଯିବ କୋର୍ଟକୁ

ENO Beuro

୨୦ଟି ନୂଆ ଏମ୍ସ ପ୍ରତିଷ୍ଠା ପାଇଁ ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ENO Beuro

ଦୁର୍ବଳ ହେଲା ଲାଗୁଚାପ, ବର୍ଷା ପ୍ରଭାବ କମିବା ସହ ବଢିବ ଶୀତର ପ୍ରକୋପ

ENO Beuro

Leave a Comment