Loading...

ଟଳିଗଲା ବାତ୍ୟା: ୨୩ରୁ ସମୁଦ୍ର ଅଶାନ୍ତ,୨୪ରୁ ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା

ଟଳିଗଲା ବାତ୍ୟା: ୨୩ରୁ ସମୁଦ୍ର ଅଶାନ୍ତ,୨୪ରୁ ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା

ଉତ୍ତର-ଆଣ୍ଡାମାନ ସାଗର ତତ-ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣପୂର୍ବ ସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପଟି ୨୨ରେ ଅବପାତର ରୂପ ନେବ ।

ଉତ୍ତର-ଆଣ୍ଡାମାନ ସାଗର ତତ-ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣପୂର୍ବ ସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପଟି ୨୨ରେ ଅବପାତର ରୂପ ନେବ । ୨୪ରେ ବାତ୍ୟାରେ ପରିଣତ ହୋଇ ଓଡି଼ଶା ଉପକୂଳ ପାଖାପାଖି ଦେଇ ଗତି କରିବ ବୋଲି କହିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ପାଣିପାଗ ବିଭାଗର ସୂଚନା ଅନୁସାରେ ୨୩ରେ ଗଭୀର ଅବପାତ ରୂପ ନେଇ ୨୪ରେ ବାତ୍ୟାରେ ପରିଣତ ହୋଇ ଦିଗ ପରିବର୍ତ୍ତନ କରିବ । ଦିଗ ପରିବର୍ତ୍ତନ କରି ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରିବ । ବାତ୍ୟା ଓଡ଼ିଶା ଉପକୂଳ ପାଖାପାଖି ଗତି କରି ପଶ୍ଚିମ ବଙ୍ଗ ବାଂଲାଦେଶକୁ ମୁହାଁଇବ । ୨୫ ସୁଦ୍ଧା ବାତ୍ୟା ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ପହଞ୍ଚିବ । ତେବେ ଏହି ପଶ୍ଚିମବଙ୍ଗ-ବାଂଲାଦେଶ ଉପରେ ଏହାର ସର୍ବାଧିକ ପ୍ରଭାବ ରହିବ । ତେବେ ବାତ୍ୟାର ତୀବ୍ରତା କେତେ ରହିବ ବର୍ତ୍ତମାନ ଯାଏଁ ଆକଳନ କରାଯାଇନାହିଁ ।


 

ଅନ୍ୟପଟେ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପ୍ରସ୍ତୁତି ଜୋରଦାର କରିଛନ୍ତି ରାଜ୍ୟ ସରକାର । ଉପକୂଳବର୍ତ୍ତୀ ୭ଟି ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି । ସମସ୍ତ ଜିଲ୍ଲାପାଳ ଓ ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯିବା ସହ ସପ୍ତାହ ଯାଏଁ ହେଡକ୍ବାର୍ଟର ନ ଛାଡିବାକୁ କୁହାଯାଇଛି । ଏହାସହିତ ଜିଲ୍ଲା ଗୁଡିକରେ ମେଡିସିନ, ପିଇବା ପାଣି, ଡଙ୍ଗା ଆବଶ୍ୟକ ମୁତାବକ ପ୍ରସ୍ତୁତ କରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.