Loading...

ଆଜିଠୁ ଆରମ୍ଭ ହେବ ମାଟ୍ରିକ ଖାତା ମୂଲ୍ୟାୟନ

ଆଜିଠୁ ଆରମ୍ଭ ହେବ ମାଟ୍ରିକ ଖାତା ମୂଲ୍ୟାୟନ

ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ପ୍ରାୟ ୧୩ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ମୂଲ୍ୟାୟନ ପ୍ରକ୍ରିୟାରେ ସାମିଲ ହେବେ। ପ୍ରାୟ ୧୩ ହଜାର ଶିକ୍ଷକଶିକ୍ଷୟିତ୍ରୀ ଚଳିତ ବର୍ଷ ଖାତା ଦେଖିବେ ବୋଲି ସୂଚନା ମିଳିଛି।

ଆଜିଠୁ ଆରମ୍ଭ ହେବ ମାଟ୍ରିକ ଖାତାଦେଖା । ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ପ୍ରାୟ ୧୩ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ମୂଲ୍ୟାୟନ ପ୍ରକ୍ରିୟାରେ ସାମିଲ ହେବେ। ପ୍ରାୟ ୧୩ ହଜାର ଶିକ୍ଷକଶିକ୍ଷୟିତ୍ରୀ ଚଳିତ ବର୍ଷ ଖାତା ଦେଖିବେ ବୋଲି ସୂଚନା ମିଳିଛି।ଆଜିଠାରୁ ଆରମ୍ଭ ହୋଇ ପ୍ରାୟ ୧୨ ଦିନ ଯାଏଁ ଚାଲିବ ଖାତାଦେଖା ପ୍ରକ୍ରିୟା।ମେ’ ପ୍ରଥମ ସପ୍ତାହ ସୁଦ୍ଧା ଫଳ ପ୍ରକାଶ ପାଇବ ବୋଲି କହିଛି ଗଣଶିକ୍ଷା ବିଭାଗ।

ସୂଚନାନୁସାରେ, ଚଳିତବର୍ଷ ମାଟ୍ରିକ ୫ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ୫ ଲକ୍ଷ ୩୨ ହଜାର ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାର୍ଥୀ, ୨୦୯୪ ଜଣ ମଧ୍ୟମା ପରୀକ୍ଷାର୍ଥୀ ଓ ୭୧୮୧ ଜଣ ଓପନ ସ୍କୁଲ ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେଇଛନ୍ତି । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସମସ୍ତ ମୂଲ୍ୟାୟନ କେନ୍ଦ୍ର ମାନଙ୍କରେ ପାନୀୟ ଜଳ ଓ ଆନୁଷଙ୍ଗିକ ସୁବିଧା ଜିଲ୍ଲା ଶିକ୍ଷାଧିକାରୀ ମାନଙ୍କ ପକ୍ଷରୁ କରାଯାଇଛି । 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.