୩ ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍ଡେଟ୍
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
Loading...
ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା(ମାଟ୍ରିକ୍), ମଧ୍ୟମା(ସଂସ୍କୃତ ଟୋଲ୍) ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ (ଓପନ୍ ସ୍କୁଲ)ର ପ୍ରଥମ ସମ୍ମେଟିଭ୍ ଆସେସ୍ମେଣ୍ଟ(ଏସ୍ଏ-୧) ପରୀକ୍ଷା ଆସନ୍ତା ୨୩ ତାରିଖ ବୁଧବାରଠାରୁ ଆରମ୍ଭ ହେଉଛି।
ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା(ମାଟ୍ରିକ୍), ମଧ୍ୟମା(ସଂସ୍କୃତ ଟୋଲ୍) ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ (ଓପନ୍ ସ୍କୁଲ)ର ପ୍ରଥମ ସମ୍ମେଟିଭ୍ ଆସେସ୍ମେଣ୍ଟ(ଏସ୍ଏ-୧) ପରୀକ୍ଷା ଆସନ୍ତା ୨୩ ତାରିଖ ବୁଧବାରଠାରୁ ଆରମ୍ଭ ହେଉଛି। ଛାତ୍ରଛାତ୍ରୀ ଅନ୍ୟ ସ୍କୁଲରେ ହୋଇଥିବା ପରୀକ୍ଷା କେନ୍ଦ୍ରରେ ଏହି ପରୀକ୍ଷା ଦେବେ। ପରୀକ୍ଷା ସକାଳ ୧୦ ଟାରୁ ଆରମ୍ଭ ହୋଇ ୧୨ଟାରେ ସରିବ। କିନ୍ତୁ କେବଳ ଗଣିତ ପାଇଁ ଅତିରିକ୍ତ ୧୫ମିନିଟ୍ ରହିଥିବାରୁ ଗଣିତ ପରୀକ୍ଷା ୧୦ରୁ ଆରମ୍ଭ ହୋଇ ୧୨ଟା ୧୫ ମିନିଟ୍ ପର୍ଯ୍ୟନ୍ତ ଚାଲିବ। ସକାଳ ୯ଟାରେ ଛାତ୍ରଛାତ୍ରୀ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିବେ, ୯ଟା ୪୫ମିନିଟ୍ରେ ପ୍ରଶ୍ନପତ୍ର ଦିଆଯିବ। ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ସକାଳ ୭ଟା ୩୦ରୁ ୯ଟା ମଧ୍ୟରେ ପହଞ୍ଚିବ। ପ୍ରତି ବିଷୟରୁ ୮୦ ନମ୍ବର (୫୦ ଅବ୍ଜେକ୍ଟିଭ୍ ଓ ୩୦ ସବ୍ଜେକ୍ଟିଭ୍) ପରୀକ୍ଷା ହେବ। ସମସ୍ତ ବିଷୟରେ ରେଗୁଲାର, ଏକ୍ସରେଗୁଲାର ପରୀକ୍ଷାର୍ଥୀଙ୍କ ପ୍ରଶ୍ନପତ୍ର ସମାନ ରହିବ।
ବୋର୍ଡ ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତିଙ୍କ କହିବା ଅନୁସାରେ, ଯେଉଁ ପରୀକ୍ଷାର୍ଥୀ ଏସ୍ଏ-୧ ଓ ଏସ୍ଏ-୨ ଉଭୟ ଦେବେ, ସେମାନେ ଉପରୋକ୍ତ ଆଧାରରେ ନମ୍ବର ପାଇବେ। ଏସ୍ଏ-୧ ପାଇଁ ଫର୍ମପୂରଣ କରି ଏସ୍ଏ-୧ରେ ଅନୁପସ୍ଥିତ ରହିଲେ, ସଂପୃକ୍ତ ପରୀକ୍ଷାର୍ଥୀ ଏସ୍ଏ-୨ ଦେଇପାରିବେ ଓ ସେହି ଅନୁସାରେ ଏସ୍ଏ-୨ରୁ ୪୦ ପ୍ରତିଶତ ଓ ସ୍କୁଲ ଆସେସ୍ମେଣ୍ଟରୁ ୨୦ ପ୍ରତିଶତ ୱେଟେଜ୍ରେ ନମ୍ବର ପାଇବେ। କିନ୍ତୁ, ଏସ୍ଏ-୧ ପାଇଁ ଫର୍ମପୂରଣ କରି ନ ଥିବା ଛାତ୍ରଛାତ୍ରୀ ଆଉ ଏସ୍ଏ-୨ ଦେଇପାରିବେ ନାହିଁ ବୋଲି ଉପସଭାପତି ଡକ୍ଟର ମହାନ୍ତି କହିଛନ୍ତି। ସେହିପରି ପରୀକ୍ଷା ମଧ୍ୟରେ ଏମ୍ପିରେ ବୁକ୍ ଛାତ୍ରଛାତ୍ରୀ ଆଉ ଥରେ ପରୀକ୍ଷା ଦେବେ ବୋଲି ଉପସଭାପତି ଡକ୍ଟର ମହାନ୍ତି କହିଛନ୍ତି।
Shakespeare, in the beautiful garden, among the party. Some of the hall: in fact she was ever to.
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍ପୋଲ୍’ ଜାରି କରିଥିବା ‘ରେଡ୍ ନୋଟିସ୍’ ଆଧାରରେ ‘ମହାଦେବ ଅନ୍ଲାଇନ୍ ବେଟିଙ୍ଗ୍ ଆପ୍’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।
ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।