Loading...

ପଦ୍ମପୁର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଲା ବିଜ୍ଞପ୍ତି

ପଦ୍ମପୁର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଲା ବିଜ୍ଞପ୍ତି

ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ ନଭେମ୍ବର ୧୭ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି ।

ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆସନ୍ତା ୧୭ ତାରିଖ ଯାଏ ଏହା ଜାରି ରହିବ। ୧୦ତାରିଖରୁ ୧୭ତାରିଖ ସୁଦ୍ଧା ଯେ କୌଣସି ଦିନ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ପ୍ରାର୍ଥୀ ନିଜେ କିମ୍ବା ତାଙ୍କର କୌଣସି ଜଣେ ପ୍ରସ୍ତାବକ ମନୋନୟନ ପତ୍ର ଦାଖଲ କରିପାରିବେ। ପଦ୍ମପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ରିଟର୍ଣ୍ଣିଂ ଅଧିକାରୀ କିମ୍ବା ସହାୟକ ରିଟର୍ଣ୍ଣିଂ ଅଧିକାରୀଙ୍କ ନିକଟରେ ଦାଖଲ କରିପାରିବେ। ପଦ୍ମପୁର ଉପନିର୍ବାଚନ ପାଇଁ ସମୟ ଗଡ଼ିବା ସହ ସରଗରମ ହେଉଛି ରାଜନୀତି ।

 ତିନି ପ୍ରମୁଖ ଦଳ ବିଜେପି କଂଗ୍ରେସ ଓ ବିଜେଡ଼ି ନିଜ ନିଜ ପ୍ରାର୍ଥୀଙ୍କୁ ଚୟନ କରିବା ପାଇଁ ଲାଗି ପଡ଼ିଲେଣି । ବିଜେଡିରୁ ପ୍ରାର୍ଥୀ ହେବା ନେଇ ଦିବଂଗତ ବିଜୟ ରଂଜନ ସିଂ ବରିହାଙ୍କ ପରିବାରରୁ ସାମ୍ନାକୁ ଆସୁଛି ଦୁଇଟି ଚେହେରା । ଜଣେ ବିଜୟ ରଂଜନଙ୍କ ଧର୍ମପତ୍ନୀ ତିଳୋତ୍ତମା ସିଂ ବରିହା ଓ ଅନ୍ୟ ଜଣେ ହେଲେ ତାଙ୍କ ପୁତୁରା ବୋହୂ ମାଧବୀ ସିଂ ବରିହା।

ଧାମନଗର ଫଳାଫଳ ପରେ ବିଜେପି କ୍ୟାମ୍ପ ପୂରା ଉତ୍ସାହିତ । ଧାମନଗର ଭଳି ପଦ୍ମପୁର ଉପନିର୍ବାନ ଲାଗି ତୟାର ହୋଇଛି ଷ୍ଟ୍ରାଟେଜି । ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ଏଠାରୁ ଦଳୀୟ ପ୍ରାର୍ଥୀ ହେବା ଏକ ପ୍ରକାର ନିଶ୍ଚିତ । ଧାମନଗର ବାଇଇଲେକ୍ସନରେ ବିଜେଡିକୁ ମାତ୍ ଦେଇ ଚର୍ଚ୍ଚାରେ ଥିବା ଯୁବ ବିଧାୟକ ସୂର୍ଯ୍ୟବଂଶୀ ସୂରଜଙ୍କୁ ଏଠାକୁ କ୍ୟାଂପେନ୍ ପାଇଁ ଆଣିବାକୁ ଯୋଜନା କରୁଛି ଦଳ । ସେପଟେ କଂଗ୍ରେସ୍ ପର୍ଯ୍ୟବେକ୍ଷକ ଟିମ୍ ୪ ଜଣଙ୍କ ନାଁ ହାଇକମାଣ୍ଡକୁ ସୁପାରିଶ କରିଥିଲା । ସେମାନଙ୍କ ମଧ୍ୟରୁ ରେସ୍‌ରେ ଆଗରେ ଅଛନ୍ତି ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁ ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.