Loading...

ଆଜି ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ପାଇଁ ୫ ଘଣ୍ଟା ସାଧାରଣ ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ

ଆଜି ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ପାଇଁ ୫ ଘଣ୍ଟା ସାଧାରଣ ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ

ଆଜି ମାର୍ଗଶିର କୃଷ୍ଣ ସପ୍ତମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ମଧ୍ୟାନ୍ନ ଧୂପ ବଢି ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦଇତାପତି ମାନେ ଗର୍ଭଗୃହକୁ ପ୍ରବେଶ କରି ଏହି ଗୁପ୍ତ ନୀତିକୁ ସମ୍ପର୍ଣ୍ଣ କରିବେ ।

ଆଜି ମାର୍ଗଶିର କୃଷ୍ଣ ସପ୍ତମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ମଧ୍ୟାନ୍ନ ଧୂପ ବଢି ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦଇତାପତି ମାନେ ଗର୍ଭଗୃହକୁ ପ୍ରବେଶ କରି ଏହି ଗୁପ୍ତ ନୀତିକୁ ସମ୍ପର୍ଣ୍ଣ କରିବେ । ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି ଅନୁଷ୍ଠିତ ହୋଇଥାଏ ।ଏଥିପାଇଁ ଆଜି ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ କରାଯିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାନୁସାରେ, ରତିପାହିଲେ ପ୍ରଥମାଷ୍ଟମୀ। ପୋଢୁଆଁ ହେବେ ଭାଇ ଭଉଣୀ। ଏଥିପାଇଁ ନିଆଳିରୁ ଶ୍ରୀମନ୍ଦିରକୁ ପୋଢୁଆଁ ଭାର ଯିବ। ନିଆଳିର ମାଧବାନନ୍ଦଜୀଉ ମନ୍ଦିରରୁ ଭଣଜାଙ୍କ ପାଇଁ ନବବସ୍ତ୍ର ଓ ଅଷ୍ଟମୀଭାର ଯିବ। ଏବେ ମାଧବାନନ୍ଦଜୀଉ ମନ୍ଦିରରେ ପୂଜାର୍ଚ୍ଚନା ଚାଲିଛି।ଆଉ କିଛି ସମୟ ମଧ୍ୟରେ ପୋଢୁଆଁ ଭାର ଶ୍ରୀମନ୍ଦର ଅଭିମୁଖେ ବାହାରିବେ। ନିଆଳି ସ୍ଥିତ ମାଧବାନନ୍ଦଙ୍କ ମନ୍ଦିର ହେଉଛି ଜଗନ୍ନାଥଙ୍କ ମାମୁଁଘର । ସେଥିପାଇଁ କଟକ ଜିଲ୍ଲା ନିଆଳି ମାଧବାନନ୍ଦଜୀଉ ମନ୍ଦିର ଚଳଚଞ୍ଚଳ ହୋଇଉଠିଛି। ମାର୍ଗଶିର ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ କାଳିଆ ଠାକୁର ପୋଢୁଆଁ ହେବେ। ମହାପ୍ରଭୁ ପିନ୍ଧିବେ ନୂଆବସ୍ତ୍ର, ଲାଗିହେବ ସ୍ୱତନ୍ତ୍ର ଭୋଗ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.