EnewsOdia.Com

କାହିଁକି କାର୍ତ୍ତିକ ମାସର ଶେଷ ପାଞ୍ଚଦିନକୁ ପବିତ୍ର ପଞ୍ଚକ ଭାବେ ପାଳନ କରାଯାଏ ? ଜାଣନ୍ତୁ

କାର୍ତ୍ତିକ ମାସର ଶେଷ ପାଞ୍ଚଦିନକୁ ପବିତ୍ର ପଞ୍ଚକ ଭାବେ ପାଳନ କରାଯାଏ । ଏହା ମହା ପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ଏବଂ ବିଷ୍ଣୁ ପଞ୍ଚକ ଭାବେ ମଧ୍ୟ ଜଣାଶୁଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟକରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି ।ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସ ଠାରୁ ସାତଦିନ ହବିଷ୍ୟ କରନ୍ତି । ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ଶୁଦ୍ଧ, ସାତ୍ତ୍ଵିକ ଖାଦ୍ୟ ଭୋଜନ କରନ୍ତି । ଏହିପଞ୍ଚକରେ ବକମାନେ ମଧ୍ୟ ଆମିଷ ଭୋଜନରୁ ନିବୃତ୍ତ ରୁହନ୍ତି ବୋଲି କଥିତ ଅଛି । ତେଣୁ ଏହାକୁ ‘ବକ ପଞ୍ଚକ’ କୁହାଯାଏ ।ଶର ଶଯ୍ୟା ଉପରେ ଶାୟିତ ପିତାମହ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ ।

ଏଥିରେ ପ୍ରସନ୍ନ ହୋଇ ଶ୍ରୀବାସୁଦେବ କହିଲେ ଆପଣ ଧନ୍ୟ । ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି । କାର୍ତ୍ତିକ ଏକାଦଶୀ ଦିନ ତମେ ଜଳର ଇଚ୍ଛା କରିଛ । ଅର୍ଜୁନ ବାଣଦ୍ଵାରା ଗଙ୍ଗାଜଳ ପ୍ରସ୍ତୁତ କଲେ, ଯଦ୍ଵାରା ତମର ତନ, ମନ, ପ୍ରାଣ ସନ୍ତୁଷ୍ଟ ହେଲା । ଏଣୁ ଆଜିଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ- ସେମାନେ ମୋତେ ତୃପ୍ତକରିବେ । ଏହା ହେଉଛି ଭୀଷ୍ମପଞ୍ଚକ- ପ୍ରତିବର୍ଷ ପାଳିତ ହେବ । ସାଧାରଣତଃ ସନ୍ତାନପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଏହି ଭୀଷ୍ମପଞ୍ଚକ ବ୍ରତ ପାଳନ କରନ୍ତି ।

 

କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ପରମ ପବିତ୍ର ଦିବସ  । ଏହି ପଞ୍ଚକରେ ତେତିଶ କୋଟି ଦେବତା ମନୁଷ୍ୟମାନଙ୍କର ସନ୍ନିକଟ ହୋଇଯାନ୍ତି  । ଏହି ସମୟରେ ଏକଲକ୍ଷ ତୁଳସୀପତ୍ର ଚଢାଇ ବିଷ୍ଣୁଙ୍କୁ ପୂଜାକଲେ, ସମସ୍ତ ଦେବତା ପ୍ରସନ୍ନହୋଇ ବର ପ୍ରଦାନକରନ୍ତି  । ପାଞ୍ଚଦିନ ଗୋବିନ୍ଦ ନାମ ସ୍ମରଣକଲେ ଅକ୍ଷୟପୁଣ୍ୟ ପ୍ରାପ୍ତିହୁଏ  । “ଗୋବିନ୍ଦ ଗୋବିନ୍ଦ ହରେ ମୁରାରେ ଗୋବିନ୍ଦ ଗୋବିନ୍ଦ ମୁକୁନ୍ଦକୃଷ୍ଣ / ଗୋବିନ୍ଦ ଗୋବିନ୍ଦ ରଥାଙ୍ଗ ପାଣେ ଗୋବିନ୍ଦ ଦାମୋଦର ମାଧବେତି ”  । ଭାଗବତ ଏବଂ ଗୀତା ପାଠ କରିବା ବିଧେୟ  । ଏହିସମୟରେ ପ୍ରତ୍ୟେହ ଗୀତାର ଗୋଟିଏ ଶ୍ଳୋକ ପାଠକରି ମଧ୍ୟ ମନୁଷ୍ୟ ଜୀବନ୍ମୁକ୍ତ ହୋଇଯିବ ।

ପଢନ୍ତୁ: ଅସଫଳ କାମକୁ ସଫଳ କରେ ରୋଷେଇ ଘରେ ଥିବା ଏହି ଜିନିଷ

ସମ୍ବନ୍ଧିତ ଖବର

ଶନିବାର ଏହି ଦ୍ରବ୍ୟ କିଣିଲେ ଆସେ ର୍ଦୁଭାଗ୍ୟ

Ratnamani Maharana

ଦୀପାବଳିରେ ବାସ୍ତୁ ଅନୁଯାୟୀ ପକାନ୍ତୁ ରଙ୍ଗୋଲି

Ratnamani Maharana

ବୈବାହିକ ଜୀବନରେ ଫାଟ, ଜାଣନ୍ତୁ ବାସ୍ତୁ ଟିପ୍ସ ଆପଣାଇ କିପରି ଆଣିବେ ସୁଧାର

Ratnamani Maharana

ଜାଣନ୍ତୁ କେଉଁ ରାଶିର ଲୋକେ ସୁନା ଧାରଣ କଲେ ମିଳିଥାଏ ଶୁଭଫଳ

Ratnamani Maharana

ଅଟକିଥିବା କାର୍ଯ୍ୟକୁ ସମ୍ପୂର୍ଣ୍ଣ କରେ ମୟୂର ପର

Ratnamani Maharana

ମାନସିକ ଦୁଶ୍ଚିନ୍ତାରୁ ମୁକ୍ତି ପାଇବା ପାଇଁ ଧାରଣ କରନ୍ତୁ ମୋତି

Ratnamani Maharana