Loading...

ଆଜି ପରୀକ୍ଷା ପେ’ ଚର୍ଚ୍ଚା କରିବେ ପ୍ରଧାନମନ୍ତ୍ରୀ

ଆଜି ପରୀକ୍ଷା ପେ’ ଚର୍ଚ୍ଚା କରିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଦେବେ ପରୀକ୍ଷା ଟିପ୍ସ । ଆଜି ପରୀକ୍ଷା ପେ’ ଚର୍ଚ୍ଚା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦିଲ୍ଲୀର ତାଲକୋଟା ଷ୍ଟାଡିୟମରୁ ଦେଶର ୩୮ ଲକ୍ଷ ଛାତ୍ରଛାତ୍ରୀଙ୍କୁ ଟିପ୍ସ ଦେବେ ପ୍ରଧାନମନ୍ତ୍ରୀ ।

ପ୍ରଧାନମନ୍ତ୍ରୀ ଦେବେ ପରୀକ୍ଷା ଟିପ୍ସ । ଆଜି ପରୀକ୍ଷା ପେ’ ଚର୍ଚ୍ଚା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦିଲ୍ଲୀର ତାଲକୋଟା ଷ୍ଟାଡିୟମରୁ ଦେଶର ୩୮ ଲକ୍ଷ ଛାତ୍ରଛାତ୍ରୀଙ୍କୁ ଟିପ୍ସ ଦେବେ ପ୍ରଧାନମନ୍ତ୍ରୀ । ଗତ ବର୍ଷ ତୁଳନାରେ ଏହି ସଂଖ୍ୟା ୧୫ ଲକ୍ଷ ୭୩ ହଜାର ଅଧିକ । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ । ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଜନ ଆନ୍ଦୋଳନରେ ପରିଣତ ହୋଇଛି । ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଠନ ଦିଗରେ ଏହି କାର୍ଯ୍ୟକ୍ରମକୁ ଦେଶର ଲୋକମାନେ ସକରାତ୍ମକ ଭାବେ ଗ୍ରହଣ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସହ ଛାତ୍ରଛାତ୍ରୀଙ୍କ ପ୍ରଶ୍ନୋତର ଓ ଆଲୋଚନା କାର୍ଯ୍ୟକ୍ରମ ଜୀବନ ପ୍ରତି ଏକ ନୂଆ ଦୃଷ୍ଟିକୋଣ । ଏହା ବିଦ୍ୟାର୍ଥୀଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବଢାଉଛି ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.